ମଣିକୁଣ୍ଡା ପାନୀୟ ଜଳ ପ୍ରକଳ୍ପ ଏନଜିଟି ମାମଲା:କାର୍ଯ୍ୟ ବନ୍ଦ ଦାବି କଲେ ଅଭିଯୋଗକାରୀ

କେନ୍ଦ୍ରାପଡା ଅଫିସ, ୨୦।୯:ମାର୍ଶାଘାଇ ବ୍ଲକ ମଣିକୁଣ୍ଡାସ୍ଥିତ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଗତ ୬ତାରିଖରେ ଜିଲା ପ୍ରଶାସନ ଓ ସମ୍ପୃକ୍ତ ଠିକାଦାରଙ୍କୁ ନୋଟିସ ଦିଆଯାଇଛି। ଏହାସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ ନିର୍ମାଣ କାର୍ଯ୍ୟ ବନ୍ଦ ଦାବି କରି ଏନ୍‌ଜିଟିରେ ଅଭିଯୋଗକାରୀ ଆଳୟ ସାମନ୍ତରାୟ ଗୁରୁବାର ଜିଲାପାଳ, କଟକ ବନ ବିଭାଗ ଓ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅଧିକାରୀଙ୍କୁ ଗୁରୁବାର ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ସାମନ୍ତରାୟ କୁହନ୍ତି ଯେ, ଏହି ନିର୍ମାଣାଧୀନ ପ୍ରକଳ୍ପ ଗ୍ରାମ୍ୟ ଜଙ୍ଗଲ ଉପରେ ନିର୍ମାଣ ହେଉଛି। ଏହି ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛି। ତେବେ ପ୍ରଶାସନିକ ଅଧିକାରୀ ଓ ଠିକା ସଂସ୍ଥା ଏହାକୁ ନ ମାନୀ ନିର୍ମାଣ କାର୍ଯ୍ୟ ଚାଲୁରଖିଛନ୍ତି ବୋଲି ସାମନ୍ତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର):  ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ…

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା।…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri