Posted inଜାତୀୟ

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭ ଲକ୍ଷ ଟଙ୍କା ସହିତ ୨୬.୪୯ ଲକ୍ଷ ଟଙ୍କାର ଅଚଳ ନୋଟ ଜବତ କରିଛି। ଅଚଳ ନୋଟ ଜବତ ହେବା ଏକ ଅପରାଧ ଏବଂ ଏଥିପାଇଁ ୫ ଗୁଣ ଅର୍ଥ ତାଙ୍କଠାରୁ ଆଦାୟ କରାଯିବ ବୋଲି ସିବିଆଇ ଅଧିକାରୀମାନେ କହିଛନ୍ତି। ରାଜ୍ୟର ଉନ୍ନୟନମୂଳକ ପାଣ୍ଠିରୁ ୩୩୨ କୋଟି ଟଙ୍କା ଅନିୟମିତତା ଅଭିଯୋଗରେ ସିବିଆଇ ଇବୋବିଙ୍କ ସମେତ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ସେମାନଙ୍କ ମଧ୍ୟରେ ମଣିପୁର ଉନ୍ନୟନ ସୋସିଆଇଟି (ଏମ୍‌ଡିଏସ୍‌) ସହ ସମ୍ପୃକ୍ତ ଥିବା ପୂର୍ବତନ ଆଇଏଏସ୍‌ ଅଫିସର ଅଛନ୍ତି। ସେମାନେ ହେଲେ ଏମ୍‌ଡିଏସ୍‌ର ପୂର୍ବତନ ଅଧ୍ୟକ୍ଷ ଡି.ଏସ୍‌. ପୁନିଆ, ପି.ସି. ଲମୁକ୍‌ଙ୍ଗା ଏବଂ ଓ. ନବକିଶୋର ସିଂ, ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଓ୍ବାଇ. ନିଙ୍ଗ୍‌ଥେମ ସିଂ ଏବଂ ପ୍ରଶାସନିକ ଅଧିକାରୀ ଆର୍‌. ରଞ୍ଜିତ୍‌ ସିଂ। ଇବୋବିଙ୍କ ଘର ଉପରେ ଚଢ଼ାଉ ବେଳେ ୮ଟି ଲକ୍‌ଜ୍ୟୁରୀ କାର ସମେତ କେତେକ ବ୍ରାଣ୍ଡେଡ୍‌ ସାମଗ୍ରୀ ଜବତ ହୋଇଛି। ୨୦୦୯ ଜୁନ୍‌ ୩୦ରୁ ୨୦୧୭ ଜୁଲାଇ ୬ ପର୍ଯ୍ୟନ୍ତ ଇବୋବି ଏମ୍‌ଡିଏସ୍‌ର ଅଧ୍ୟକ୍ଷ ଥିଲେ। ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଲାଗି ଉକ୍ତ ସୋସାଇଟିକୁ ୫୧୮ କୋଟି ଟଙ୍କା ଆସିଥିବାବେଳେ ସେଥିରୁ ୩୩୨ କୋଟି ଟଙ୍କା ହେରଫେର ହୋଇଥିଲା ବୋଲି ସିବିଆଇ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri