ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ ରହିଛି। ଏଭଳି ସ୍ଥିତିରେ କର୍ମଚାରୀଙ୍କ ଦରମା ମିଳିବା ଅସମ୍ଭବ ହୋଇପଡ଼ିଛି। କେମିତି ଚଳିବେ, ଘରଭଡ଼ା କିପରି ଦେବେ ତାକୁ ନେଇ ସେମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ମାନବିକତା ଦେଖାଇଛନ୍ତି ଭୁବନେଶ୍ୱର ପଳାଶୁଣୀର ଘର ମାଲିକ ଜିତୁ ଜେନା। ତାଙ୍କ ଘରେ ରହୁଥିବା ୧୦ଜଣଙ୍କର ସେ ୧ ମାସର ଭଡ଼ା ଛାଡ଼ କରି ଦେଇଛନ୍ତି। ଜେନା କହିଛନ୍ତି ଯେ, ଏଭଳି ସମୟରେ ସମସ୍ତେ ସାହାଯ୍ୟର ହାତ ବଢ଼ାନ୍ତୁ ଏବଂ ମାହାମାରୀ କରୋନାର ମୁକାବିଲା କରନ୍ତୁ। ଅନ୍ୟ ଘର ମାଲିକଙ୍କୁ ଘରଭଡ଼ା ଛାଡ଼ କରିବାକୁ ସେ ନିବେଦନ କରିଛନ୍ତି। ଜିତୁଙ୍କ ଏଭଳି ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଉଛି। ସୂଚନାଯୋଗ୍ୟ, ନିକଟରେ ନୋଏଡା ଜିଲା ମାଜିଷ୍ଟ୍ରେଟ ଏକ ନିର୍ଦ୍ଦେଶନାମା ଜାରି କରି ମାସକର ଘରଭଡ଼ା ଛାଡ଼ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି କେହି ଏହାକୁ ନ ମାନେ ତେବେ ଜରିମାନା ସହ ୨ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri