Posted inରାଜ୍ୟ

ମଣ୍ଡିରେ ଚାଷୀଙ୍କ ହଇରାଣକୁ ନେଇ ବିଧାନସଭାରେ ଉଦ୍‌ବେଗ: ଧାନ କିଣିବ ସ୍ବୟଂ ସହାୟକ ଗୋଷ୍ଠୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ବର୍ଷ ଖରିଫ ଋତୁରେ ୬୫.୩୮ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ କିଣା ଯାଇଛି। ଯାହାକି ଗତ ବର୍ଷଠାରୁ ୨୬% ଅଧିକ ହୋଇଛି। ଏହି ଧାନରୁ ୪୪ ଲକ୍ଷ ମେଟ୍ରିକ୍‌ ଟନ ଚାଉଳ ଉତ୍ପାଦନ ହେବ। ସେଥିରୁ ୨୫ଲକ୍ଷ ମେଟ୍ରିକ୍‌ ଟନ୍‌ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗାଇ ଦିଆଯିବାକୁ ଥିବାବେଳେ ବଳକା ଚାଉଳ ଜାତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ)କୁ ପ୍ରଦାନ କରାଯିବ। ସେହିପରି ୨୦୧୬-୧୭ରେ ରାଜ୍ୟରେ ୭ ଲକ୍ଷ ୯୮ହଜାର ଚାଷୀ ଧାନ ବିକିବା ଲାଗି ପଞ୍ଜୀକୃତ ହୋଇଥିବା ବେଳେ ୨୦୧୮-୧୯ରେ ୧୦ଲକ୍ଷ ୧୦ହଜାର ଚାଷୀ ଧାନ ବିକ୍ରି କରିଛନ୍ତି। ବୁଧବାର ବିଧାନସଭାରେ ପ୍ରଶ୍ନୋତ୍ତର ବେଳେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂ ”ଖରିଫ ଋତୁରେ ମଣ୍ଡିରେ ଧାନ ଓଜନ ହେବା ପରେ ଚାଷୀଙ୍କଠାରୁ ପାଇଥିବା ଧାନ ପରିମାଣ ଅନୁଯାୟୀ ଚାଷୀଙ୍କୁ ଚିଠା ଦେଇ ଘରକୁ ଯିବାପାଇଁ ମଣ୍ଡି କର୍ତ୍ତୃପକ୍ଷ ଅନୁମତି ଦେବେ କି? ମଣ୍ଡିରେ ଚାଷୀଙ୍କୁ ମିଲରଙ୍କ ଟ୍ରକ୍‌ ନ ଆସିବା ଯାଏ ଅପେକ୍ଷା କରିବାକୁ ପଡ଼ୁଛି। ସେମାନଙ୍କୁ ପରିବହନ ସୁବିଧା ଯୋଗାଇ ଦେବା ଲାଗି ସରକାର ବ୍ୟବସ୍ଥା କରିବେ କି“ବୋଲି ପ୍ରଶ୍ନ କରିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ଏବଂ ରାଜ୍ୟ ଯୋଗାଣ ନିଗମ ଦ୍ୱାରା ପ୍ରଣୀତ ନିୟମାବଳୀ ଅନୁଯାୟୀ ଧାନକ୍ରୟ କେନ୍ଦ୍ରଗୁଡ଼ିକରେ କାର୍ଯ୍ୟ ପରିଚାଳିତ କରାଯାଉଛି। ପଞ୍ଜୀକୃତ ଚାଷୀଙ୍କଠାରୁ ଧାନକ୍ରୟ କରାଯାଉଛି। ବିକ୍ରିଯୋଗ୍ୟ ଧାନ ମଣ୍ଡିକୁ ଆଣିବା ପରେ ଏହାର ମାନ ନିର୍ଦ୍ଧାରଣ କରାଯାଇଥାଏ। ଧାନ କିଣିବା ଦାୟିତ୍ୱରେ ଥିବା ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକରେ, ଧାନମଣ୍ଡିରେ ଚାଷୀମାନେ ମିଲରଙ୍କ ଟ୍ରକ୍‌ ଆସିବା ଯାଏ ଅପେକ୍ଷା କରିବାର କୌଣସି କାରଣ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri