Posted inରାଜ୍ୟ

ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଅସନ୍ତୋଷ: ଶସ୍ୟବୀମା ସହାୟତା ରାଶି ମିଳିନି

ବୋଲଗଡ଼,୨୦ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ସଂପୁର ପ୍ରାଥମିକ ସେବା ସମବାୟ ସମିତି ଧାନ ମଣ୍ଡିରେ ଧାନ ବିକ୍ରି ହୋଇ ନ ପାରିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି । ସମିତିରେ ଧାନ ବିକ୍ରି ହୋଇ ପାରି ନ ଥିବା ଓ ବିଗତ ବର୍ଷର ଶସ୍ୟବୀମା ସହାୟତା ରାଶି ୯୦ଜଣ ଚାଷୀ ପାଇପାରି ନ ଥିବା ନେଇ ଅଭିଯୋଗ ହୋଇଛି । ଏଥିପାଇଁ ସମିତି ସମ୍ପାଦକ ଏବଂ କର୍ମଚାରୀଙ୍କ ମନମୁଖି କାର୍ଯ୍ୟକଳାପ ହିଁ ଦାୟୀ ବୋଲି କେତେଜଣ ଚାଷୀ କହିଛନ୍ତି। ଚାଷୀମାନେ ବହୁ ପରିଶ୍ରମ କରି ଋଣ ଆଣି ଫସଲ କରିଥିଲେ ମଧ୍ୟ ମଣ୍ଡିରେ ଧାନ ବିକ୍ରୟ ନ ହେବାରୁ ଅଭାବୀ ବିକ୍ରି ଦ୍ୱାରା କ୍ଷତି ସହୁଛନ୍ତି ବୋଲି ପୂର୍ବତନ ସରପଞ୍ଚ ଜଳଧର ମହାନ୍ତି ମତ ପ୍ରକାଶ କରିଛନ୍ତି। ଯେଉଁ ଚାଷୀ ସେମାନଙ୍କ ବୀମା ସହାୟତା ପାଇ ପାରିନାହାନ୍ତି ସେମାନଙ୍କୁ ଏହା କିପରି ମିଳିବ ସେଥିପ୍ରତି ମଧ୍ୟ ଦୃଷ୍ଟି ଦିଆଯାଉନି। ସେମାନଙ୍କର ଧାନ ବିକ୍ରୟ ନ ହେବାରୁ ସମିତିରୁ କୃଷିଋଣ ପରିଶୋଧ କରି ନ ପାରି ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତିି ବୋଲି ଚାଷୀ ନିରଞ୍ଜନ ନାୟକ କହିଛନ୍ତି । ଚାଷୀମାନଙ୍କ ଏଭଳି ଦୁର୍ଦ୍ଦଶା ପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ସେହିଭଳି ବିଭିନ୍ନ ସମସ୍ୟା ଭୋଗୁଥିବା ବିଶ୍ୱନାଥ ଲେଙ୍କାଙ୍କ ସମେତ ଅନ୍ୟ ଚାଷୀମାନେ ତୁରନ୍ତ ସମାଧନ ପାଇଁ ଦାବି କରିଛନ୍ତି । ଏ ସମ୍ପର୍କରେ ସମିତି ସମ୍ପାଦକ ଜ୍ଞାନରଞ୍ଜନ ବେହେରାଙ୍କୁ ପଚାରିବାରୁ ସେ କହିଥିଲେ, ୧୯୦ ଚାଷୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ଆମ ସମିତିରେ ନାମ ପଞ୍ଜୀକରଣ କରିଥିଲେ। ୯,୭୦୦ କୁଇଣ୍ଟାଲ ଧାନ ବିକ୍ରୟ ନିମନ୍ତେ ଲକ୍ଷ୍ୟଧାର୍ଯ୍ୟ ରହିଥିଲା। ତେବେ ସରକାରଙ୍କ ପକ୍ଷରୁ କେବଳ ଜଣେ ମିଲରଙ୍କୁ ମଣ୍ଡିରୁ ଧାନ କ୍ରୟ କରିବା ପାଇଁ ନିଯୁକ୍ତି ଦିଆଯାଇଥିଲା । ଅଧିକ ସଂଖ୍ୟକ ମିଲର ବଦଳରେ ଜଣେ ମିଲର ସମସ୍ତ ଧାନ କ୍ରୟ କରି ନ ପାରି କେବଳ ୪,୫୦୦ କୁଇଣ୍ଟାଲ ଧାନ କିଣିଥିଲେ। ତେଣୁ ମଣ୍ଡିରେ ପଞ୍ଜୀକୃତ ହୋଇଥିବା ଚାଷୀମାନଙ୍କ ସମସ୍ତ ଧାନ ବିକ୍ରି ହୋଇପାରି ନ ଥିଲା। ଧାନ ବିକ୍ରି କରି ନ ପାରି ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri