ମଣ୍ଡିରେ ୫ କେଜି ଧାନ କଟ୍‌ନିକୁ ନେଇ ଚାଷୀ ଅସନ୍ତୋଷ

ଚମ୍ପୁଆ,୧୫।୧୨(ଡି.ଏନ.ଏ)-ଚମ୍ପୁଆ ଲ୍ୟାମ୍ପରେ ଗତ ଶୁକ୍ରବାର ଚାଷୀଙ୍କ ସୁବିଧା ନିମନ୍ତେ ମଣ୍ଡି ଖୋଲି ଧାନ କ୍ରୟ କରାଯାଇଥିବା ବେଳେ ଦିନକ ପରେ କୁଇଣ୍ଟାଲ ପିଛା ୫ କେଜି ଧାନ କଟ୍‌ନିକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଲ୍ୟାମ୍ପ ଏମ.ଡି ବିଭୂତି ଗିରିଙ୍କୁ ପଚାରିବାରୁ ଚାଷୀ ସରକାରଙ୍କ ଧାର୍ଯ୍ୟ ମାନର ଧାନ ଆଣୁନାହାନ୍ତି। ଫଳରେ ଏଫ୍‌ଏକ୍ୟୁ ଧାନ ମିଳିପାରୁନାହିଁ। ସୂଚନା ଅନୁସାରେ ସରକାର ଚାଷୀଙ୍କ ଠାରୁ ସାଧାରଣ ଧାନ କୁଇଣ୍ଟାଲ ପିଛା ୧୮୧୫ଟଙ୍କା ଓ ସରୁଧାନ ୧୮୩୫ ଟଙ୍କା କୁଇଣ୍ଟାଲ ପିଛା କିଣିବାର ନିଷ୍ପତ୍ତି ନେଇଛନ୍ତି। ଚମ୍ପୁଆ ଲ୍ୟାମ୍ପରେ ପ୍ରଥମ ଦିନରେ ୧୯୮ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିଲା। ମାତ୍ର ଦ୍ୱିତୀୟ ଦିନରେ ଚାଷୀ ସହଦେବ ମହାନ୍ତ, ଈଶ୍ୱର ଚନ୍ଦ୍ର ନାଏକ, ବନମାଳୀ ପ୍ରଧାନ, ତପନ ମହାନ୍ତ, ବିଶ୍ୱମ୍ବର ନାଏକ, ସୁରେନ୍ଦ୍ର କୁମାର ମହାନ୍ତ, କିଶୋର ଚନ୍ଦ୍ର ପ୍ରଧାନ ପ୍ରମୁଖ ଧାନ ବିକ୍ରି କରିବାକୁ ଲ୍ୟାମ୍ପ ଆସିଥିଲେ। ଆବଶ୍ୟକ ତନଖି ପରେ ଧାନଗୁଡିକୁ କିଣାଯାଇଥିଲେ ମଧ୍ୟ ଶେଷ ସମୟରେ ଧାନ କୁଇଣ୍ଟାଲ ପିଛା ୫ କେଜି ଲେଖାଏ କଟ୍‌ନିହେବାର ଜାଣି ଚାଷୀମାନେ ବିରୋଧ କରିଥିଲେ। ଚାଷୀମାନଙ୍କ କହିବା ଅନୁଯାୟୀ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଧାନ କଟ୍‌ନି କରାହେଲେ କୌଣସି ଅସୁବିଧା ହୁଅନ୍ତା ନାହିଁ। ସବୁ ଚାଷୀଙ୍କ ଧାନ ଗ୍ରେଡ ଫେଲ ହେଉ ନ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?