ମତଦାନ ପୂର୍ବରୁ ଦିଲ୍ଲୀରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନର ଦିନକ ପୂର୍ବରୁ ସ୍ଥନୀୟ ଅଞ୍ଚଳରେ ଫୁଟିଲା ଗୁଳ। ଶୁକ୍ରବାର ଉତ୍ତର ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଏକ ଦୋକାନ ସମ୍ମୁଖରେ ୪ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୋକାନ ମାଲିକ ସହ କୌଣସି ଶତ୍ରୁତାକୁ ନେଇ ଏହି ଗୁଳି ଚାଳନା ହୋଇଥିବା ପୋଲିସ ସନ୍ଦେହ କରୁଛି। ଏହି ଫାୟାରିଂ ନାଗରିକତ୍ୱ ସଂଶୋଧନ ଆଇନ ସହ ଜଡ଼ିତ କୌଣସି ପ୍ରଦର୍ଶନକୁ ନେଇ ହୋଇ ନ ଥିବା ପୋଲିସ ସୂଚନା ଦେଇଛି। ତେବେ ଏହି ଘଟଣା ପଛର ସତ୍ୟାସତ୍ୟ ତଦନ୍ତ ପରେ ସାମ୍ନାକୁ ଆସିବ ବୋଲି ପୋଲିସ ଅଧିକାରୀ କହିଛନ୍ତି। ଏହି ଘଟଣା ପରେ ଦିଲ୍ଲୀରେ ଏବେ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବାକୁ ଥିବା ବେଳେ ଦିନକ ପୂର୍ବରୁ ଏହି ଘଟଣା ଘଟିବା ପ୍ରଶାସନର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନା ମୁତାବକ ଗତ କିଛି ଦିନ ତଳେ ଦିଲ୍ଲୀର ଭିନ୍ନ ଭିନ୍ନ ସ୍ଥାନରେ ଗୁଳି ଚାଳନା ଘଟଣା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri