ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଓ କଟକ ସମେତ ୬ ଲୋକ ସଭା କ୍ଷେତ୍ରରେ ଅନୁଷ୍ଠିତ ହେବ।  ଏହାପୂର୍ବରୁ ଶତପ୍ରତିଶତ ମତଦାନ ଓ ଯୋଗ୍ୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ଏକ ଦୃଢ଼ ତଥା ସ୍ବଚ୍ଛ ସରକାର ଗଠନ କରିବାକୁ ବାର୍ତ୍ତା ଦେଇଛନ୍ତି ବିଏମ୍‌ପିଏସ୍‌ ତକ୍ଷଶିଳା ସ୍କୁଲ୍‌ର ଛାତ୍ରୀଛାତ୍ର।  ଶନିବାର ଅପରାହ୍ନରେ ଭୁବନେଶ୍ୱରର ସିଆର୍‌ପିଏଫ୍‌ ଛକରୁ ଛାତ୍ରୀଛାତ୍ରମାନେ ଏକ ସ୍କେଟିଂ ରାଲିରେ ବାହାରିଥିଲେ। ହାତରେ ପ୍ଲାକାର୍ଡ଼ ଓ ଲିଫ୍‌ଲେଟ ବାଣ୍ଟି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ। ସାଧାରଣ ନାଗରିକ ଭାବେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ରାସ୍ତାରେ ଯାଉଥିବା ଲୋକଙ୍କୁ ବୁଝାଇଥିଲେ। ରାଲି ଅବସରରେ ଏକାମ୍ର କାନନ ପାର୍କ ସମ୍ମୁଖରେ ଛାତ୍ରୀଛାତ୍ରମାନେ କିଛି ସମୟ ଅଟକି ରହି  ଲୋକଙ୍କୁ ଲିଫ୍‌ଲେଟ ବାଣ୍ଟିବା ସହ ‘ଆମ ଭବିଷ୍ୟତ ଆପଣଙ୍କ ହାତରେ, ଆପଣ ମତଦାନ କରିବା ଆବଶ୍ୟକ’ ବୋଲି କହି ସେମାନଙ୍କୁ ସଚେତନ କରିଥିଲେ। ଏହି ସମୟରେ ରାସ୍ତାରେ ଯାତାୟାତ କରୁଥିବା ବହୁ ଲୋକ ଅଟକି ଛାତ୍ରୀଛାତ୍ରଙ୍କ ସହ ବାର୍ତ୍ତାଳାପ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ୍‌ର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସ୍କୁଲ୍‌ ନିର୍ଦ୍ଦେଶିକା ସିକତା ଦାସ, ଚେୟାରମ୍ୟାନ ଟୁଟୁଲ କିଶୋର ଦାସ, ଅଧ୍ୟକ୍ଷା ଲିପ୍‌ସିତା ମହାନ୍ତି, ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହିତ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri