ମଦିନାରେ ବସ୍‌ ଦୁର୍ଘଟଣା:ଜଣେ ଭାରତୀୟଙ୍କ ସମେତ ୩୫ ମୃତ

ରିୟାଧ,୧୮-୧୦(ଏଏଫ୍‌ପି):ସୌଦି ଆରବର ମଦିନା ସହରରେ ସଡ଼କ ଦୁର୍ଘଟଣାରେ ୩୫ ବିଦେଶୀ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ତାଙ୍କ ସ୍ତ୍ରୀ ମଧ୍ୟ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ବସ୍‌କୁ ଅନ୍ୟ ଏକ ଭାରିଯାନ ଧକ୍କା ଦେଇଥିଲା। ଏଥିରେ ଅନ୍ୟ ୪ ଗୁରୁତର ଆହତ ହୋଇଛନ୍ତି। ଆରବ ଓ ଏସିଆର ତୀର୍ଥଯାତ୍ରୀମାନେ ଉକ୍ତ ବସ୍‌ରେ ମଦିନାରୁ ମକ୍କା ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ବସ୍‌ଟି ଜଳିଯାଇଥିଲା। ଆହତମାନଙ୍କୁ ଅଲ୍‌ ହମ୍‌ନା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମର୍ମନ୍ତୁଦ ଦୁର୍ଘଟଣା ଲାଗି ଯୁବରାଜ ଫୈଜଲ ବିନ୍‌ ସଲମାନ, ମଦିନା ରାଜ୍ୟପାଳ ଦୁଃଖପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ମକ୍କାରେ ମର୍ମନ୍ତୁଦ ଦୁର୍ଘଟଣା ଖବର ଶୁଣି ମର୍ମାହତ। ମୃତକଙ୍କ ପରିବାର ସଦସ୍ୟଙ୍କ ଲାଗି ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ବସ୍‌ରେ ଅନୂ୍ୟନ ୧୦ ଜଣ ଭାରତୀୟ ଥିଲେ ବୋଲି କୁହାଯାଉଛି। ସେମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ଦେବା ଲାଗି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୌଦି ପ୍ରଶାସନକୁ କୁହାଯାଇଛି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଧ୍ୟ ଦୁର୍ଘଟଣାରେ ଏତେ ସଂଖ୍ୟାରେ ବିଦେଶୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କରିଛନ୍ତି। ସେ ମୃତକମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ହଜ୍‌ ବେଳେ ପବିତ୍ର ସହର ମକ୍କା ଓ ମଦିନାରେ ଶ୍ରଦ୍ଧାଳୁମାନଙ୍କୁ ପରିବହନ କରିବା ଏକ ବଡ଼ ଚ୍ୟାଲେଞ୍ଜ। ସେତେବେଳେ ଦୁଇ ସହରରେ ଗାଡ଼ି ସଂଖ୍ୟା ଏତେ ବଢ଼ିଯାଇଥାଏ ଯେ, ଘଣ୍ଟା ଘଣ୍ଟା ଧରି ଟ୍ରାଫିକ୍‌ ଜାମ୍‌ ରୁହେ। ଗତବର୍ଷ ଏପ୍ରିଲରେ ବସ୍‌-ତେଲ ଟ୍ୟାଙ୍କର ଦୁର୍ଘଟଣାରେ ୪ ବ୍ରିଟେନ ନାଗରିକ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri