ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା। ଉକ୍ତ ଘଟଣାର ସମାଧାନ ନିମନ୍ତେ ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀ ଉଦ୍ଧବ ଚରଣ ନାୟକଙ୍କ ସହିତ ୩ ଜଣ ଏବିଇଓ ମଧ୍ୟ ଉକ୍ତ ବିଦ୍ୟାଳୟରେ ପହଞ୍ଚିଥିଲେ। ଏହି ଘଟଣାରେ ୩ଜଣ ଶିକ୍ଷକଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ରବିବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମଦ୍ୟପାନ କରି ପିଲାଙ୍କୁ ଡରାଇଥିବା ଶିକ୍ଷକଙ୍କ ସମେତ ସେହି ବିଦ୍ୟାଳୟର ୩ଜଣ ଶିକ୍ଷକଙ୍କୁ ବଦଳି କରିଛନ୍ତି ତୁମୁଡ଼ିବନ୍ଧ ବିଇଓ। ଚିଠି ନମ୍ବର-୧୦୪୫, ତା.୨/୮/୨୦୧୯ ଅନୁଯାୟୀ, ଉକ୍ତ ବିଦ୍ୟାଳୟର ରୁଷି କୁମାର ନାୟକଙ୍କୁ ଦାନୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟକୁ ବଦଳି ହୋଇଥିବାବେଳେ ଦାନୁଙ୍ଗିଆର ଶିକ୍ଷକ ସୀମାଞ୍ଚଳ ନାୟକଙ୍କୁ ତୁମୁଡ଼ିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଛି। ସେହିପରି ଉକ୍ତ ବିଦ୍ୟାଳୟର ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁଙ୍କୁ ପଡ଼ିକିଆ କଲୋନୀ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ଅଳକା କୁମାରୀ ନାୟକଙ୍କୁ ବଦଳି କରାଯାଇଛି ଏବଂ ଅନ୍ୟଜଣେ ଶିକ୍ଷକ ଚିତ୍ତରଞ୍ଜନ ପ୍ରଧାନଙ୍କୁ ଆଠବାଡ଼ି ବିଦ୍ୟାଳୟକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଶିକ୍ଷକ ବିମ୍ବାଧର ସାହୁଙ୍କୁ ତୁମୁଡ଼ିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?