ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପୋଲିସ ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି । ସେମାନେ ହେଲେ ନୂଆଗାଁ ବ୍ଲକ ଅଫିସ ନିକଟରେ ଥିବା ଜନପଥ ଢାବାର ମାଲିକ ଭାଗୀରଥି ସାହୁ ଓ କାଣୀଗିରି ଗ୍ରାମର ଦାମୋଦର ସାହୁ ।
ହୋଟେଲ କିମ୍ବା ଢାବା ରାତି ୧୧ଟା ପରେ ଖୋଲି ପାରିବେ ନାହିଁ ଏବଂ ଖୋଲିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୂଆଗାଁ ଥାନା ଆଇଆଇସି ମନୋରମା ମଲିକ ଢାବା ମାଲିକମାନଙ୍କୁ ପୂର୍ବରୁ ତାଗିଦ କରିଥିଲେ । କିନ୍ତୁ ତାହାର କୌଣସି ପ୍ରଭାବ ପଡି ନ ଥିଲା । ଢାବାଗୁଡିକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହିବା ସହ ଖୋଲାଖୋଲି ମଦ ବେପାର ଜାରି ରହିଥିଲା। ଏ ସମ୍ପର୍କରେ ନୟାଗଡ ଏସଡିପିଓ ନିରଞ୍ଜନ ପାଢୀ ଜାଣିବା ପରେ ବୁଧବାର ବିଳମ୍ବିତ ରାତି ୧ଟାରେ ନୟାଗଡ ଥାନା ଓ ନୂଆଗାଁ ଥାନା ପୋଲିସ ମିଳିତ ଭାବେ ଢାବାରେ ଚଢଉ କରିଥିଲେ। ସେମାନେ ଜନପଥ ଢାବାରୁ ୬.୮୪ଲିଟର ବିଦେଶୀ ମଦ ଜବତ କରିବା ସହ ଢାବା ମାଲିକ ଭାଗୀରଥିଙ୍କୁ ଗିରଫ କରିଥିଲେ । ସେହିପରି କାଣିଗିରି ଗ୍ରାମରେ ଚଢାଉ କରି ରନ୍ଧା ହୋଇ ବିକ୍ରୀ ଉଦ୍ଦେଶ୍ୟରେ ରହିଥିବା ୧୦ ଲିଟର ଦେଶୀ ମଦ ଜବତ କରିବା ସହ ଦାମୋଦରଙ୍କୁ ଗିରଫ କରିଛି। ଉଭୟଙ୍କ ନାମରେ ନଂ୬୨/୧୯ ଓ ୬୩/୧୯ରେ ମାମଲା ରୁଜୁ କରି ଉଭୟଙ୍କୁ ଗୁରୁବାର କୋର୍ଟଚାଲଣ କରାଯାଇଥିବା ନୟାଗଡ ଏସଡିପିଓ ପାଢୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri