ମଦ ଦୋକାନ ସ୍ଥାନାନ୍ତର ଦାବିରେ ପୁଣି ମହିଳାଙ୍କ ଧାରଣା

ବେଗୁନିଆପଡ଼ା,୬।୯(ଡି.ଏନ.ଏ.)-ବେଗୁନିଆପଡ଼ା ବଜାରରେ ଖୋଲିଥିବା ଠିପି ବନ୍ଦ ମଦ ଦୋକାନ ସ୍ଥାନାନ୍ତରଣ ଦାବିରେ ଶୁକ୍ରବାର ଦୋକାନ ଆଗରେ ମହିଳାମାନେ ପୁନର୍ବାର ଧାରଣା ଦେଇଛନ୍ତି। ଏହି ମଦ ଦୋକାନ ପଡ଼ୋଶୀରେ ଜଣେ ବ୍ୟକ୍ତିଙ୍କ ଘର ରହିଛି। ମଦ୍ୟପମାନେ ବେଳେ ବେଳେ ମଦ ଦୋକାନ ଜାଣି ନ ପାରି ଉକ୍ତ ବ୍ୟକ୍ତିଙ୍କ ଘରେ ଯାଇ ମଦ ମାଗୁଛନ୍ତିି। ମଦ ଦୋକାନଟି ବଜାର ମଧ୍ୟରେ ଥିବାରୁ ସାଧାରଣରେ ମଧ୍ୟ ବହୁ ଅସୁବିଧା ହେଉଛି। ଏହାର ପ୍ରତିବାଦରେ ୨୦୧୮ ଡିସେମ୍ବର ୨୫ରେ ଲୋକେ ରାସ୍ତାରୋକ କରିଥିଲେ। ପ୍ରଶାସନ ପକ୍ଷରୁ ଏହା ସ୍ଥାନାନ୍ତରଣ କରିବା ପର୍ଯ୍ୟନ୍ତ ଉକ୍ତ ଦୋକାନକୁ ବନ୍ଦ କରାଯାଇଥିଲା। ତହସିଲଦାରଙ୍କ ପତ୍ରସଂଖ୍ୟା ୧୯୫୦/୨୬ା୫ା୨୦୧୯କୁ ଅନୁଧ୍ୟାନ କରି ଗଞ୍ଜାମ ଜିଲାପାଳଙ୍କ ଚିଠି ନଂ . ୭୭୦/୨୬ା୩ା୨୦୧୯ରେ ଉକ୍ତ ଦୋକାନ ସ୍ଥାନାନ୍ତରଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଗତ ଅଗଷ୍ଟ ୧୯ ତାରିଖରେ ଲାଇସେନ୍ସକୁ ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ନବୀକରଣ କରି ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଥିଲା। ଏଥିପାଇଁ ପୁଣି ସମ୍ପୃକ୍ତ ବ୍ୟକ୍ତି ଓ ମହିଳା ମାନେ ଗତ ୨୬ରେ ଜିଲାପାଳଙ୍କୁ ଅଭିଯୋଗ କରିଥିଲେ। ଯଦି ଉକ୍ତ ଦୋକାନ ୭ ଦିନ ମଧ୍ୟରେ ବନ୍ଦ କିମ୍ବା ସ୍ଥାନାନ୍ତରିତ କରାନଯାଏ ତେବେ ପୁଣି ଆନ୍ଦୋଳନ କରିବା ପାଇଁ ବାଧ୍ୟ ହେବୁ ବୋଲି ସେମାନେ କହିଥିଲେ। ହେଲେ କୌଣସି ସୁଫଳ ନ ମିଳିବାରୁ ଶୁକ୍ରବାର ସମ୍ପୃକ୍ତ ପରିବାର ସହ ବହୁ ମହିଳା ଧାରଣାରେ ବସିଥିଲେ। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା, ଦିଲୀପ କୁମାର ସାହୁ, ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ରଶ୍ମି ରଞ୍ଜନ ବେହେରା ପହଞ୍ଚି ଲୋକମାନଙ୍କୁ ବୁଝାଶୁୁଝା କରିଥିଲେ। ଏକ ମାସ ମଧ୍ୟରେ ଦୋକାନ ସ୍ଥାନାନ୍ତରଣ କରାଯିବା ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri