ମଦ ପାଇଁ ଆକ୍ରମଣ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶ୍ରୀହରି ସେଠୀଙ୍କୁ ରବିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍‌ ନଂ.୧୧୨/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ୍‌ ହାଜତକୁ ପଠାଇଦିଆଯାଇଛି।
ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ, ଗତ ଗୁରୁବାର ସନ୍ଧ୍ୟାରେ ଗ୍ରାମରେ ଦେଶୀମଦ ବିକ୍ରି କରୁଥିବା ଶ୍ରୀହରିଙ୍କ ଘରକୁ ଗ୍ରାମର ରାଜୀବ ରେଡ୍ଡୀ ମଦ ପାଇଁ ଯାଇଥିଲେ। ଶ୍ରୀହରି ମଦ ଦେବାକୁ ମନା କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଶ୍ରୀହରି ଉତ୍ତେଜିତ ହୋଇ କଟୁରିରେ ରାଜୀବଙ୍କୁ ଆକ୍ରମଣ କରିଥିଲେ। ଫଳରେ ରାଜୀବଙ୍କ ଡାହାଣ ହାତରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣା ପରଠାରୁ ଫେରାର ଥିବା ଶ୍ରୀହରି ଗ୍ରାମକୁ ଫେରିଥିବା ଖବର ପାଇ ରବିବାର ସକାଳେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌୍‌ଆଇ ବଳଭଦ୍ର ଗଣ୍ଡ ସଦଳବଳ ଶ୍ରୀ ହରିଙ୍କ ଘରେ ପହଞ୍ଚି ତାଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri