ମଦ ପିଆକୁ କେନ୍ଦ୍ର କରି ଭୁଜାଲି ମାଡ଼: ଜଣେ ମୃତ, ୪ ଗୁରୁତର

ସୋହେଲା,୯।୧୦(ଡି.ଏନ.ଏ.): ବରଗଡ ଜିଲା ସୋହେଲାରେ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଖେଳ ପଡ଼ିଆରେ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଦେଖିବାକୁ ପଶ୍ଚିମ ଓଡ଼ିଶା ତଥା ଛତିଶଗଡ଼ ରାଜ୍ୟର ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥିଲା। ରାତି ପ୍ରାୟ ୧ଟା ସମୟରେ ସ୍ଥାନୀୟ କୁମ୍ଭାରବନ୍ଧ ପଡାରେ ମଦ ପିଆ ଟଙ୍କାକୁ ନେଇ ମଦ ବିକ୍ରେତା ଓ କିଛି ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତକ୍ଷିପ୍ତ ହୋଇ ମଦ ବିକ୍ରେତାମାନେ ଭୁଜାଲି ଓ ବିଭିନ୍ନ ମରଣାସ୍ତ୍ରରେ ଏମାନଙ୍କୁ ଆକ୍ରମଣ କରିଥିଲେ। ସରାଇପାଲି ଥାନା ବାଲସି ଗ୍ରାମର ଯୁବକ ସଞ୍ଜୟ ପଧାନ(୩୦)ଙ୍କ ମୃତ୍ୟୁ ହୋଇଛି। ମଦ ବିକ୍ରେତା ମାନଙ୍କ ଭୁଜାଲି ମାଡ଼ରେ ବରଗଡ ଜିଲା ବିଜେପୁର ଥାନା ବାଦୀପାଲି ଗ୍ରାମର ୪ ଜଣ ଯୁବକ କ୍ଷୀରୋଦ୍ର ଭୋଇ (୨୪),ଡାକ୍ତର ଭୋଇ(୨୩), ବାଲସି ଗ୍ରାମର ଯୁବକ ସଞ୍ଜୟ ପଧାନ(୩୦) ଓ ବିଦ୍ୟାଧର ଭୋଇ(୨୭) ଆହତ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ ପୂଜା କମିଟିର ସଦସ୍ୟମାନେ ପୋଲିସର ସହାୟତାରେ ଡାକ୍ତରଖାନାକୁ ନେଇ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ସଞ୍ଜୟଙ୍କ ମୃତ୍ୟୁ ହୋଇଥିଲା। ପୋଲିସ ରାତାରାତି ଉକ୍ତ ପଡାର ମଦ ବିକ୍ରେତା ଓ କିଛି ଲୋକଙ୍କୁ ସନ୍ଦେହରେ ଉଠାଇ ଆଣି ଥାନାରେ ରଖି ପଚରାଉଚୁରା କରୁଛନ୍ତି। ସେପଟେ ମୃତଦେହ ବ୍ୟବଚ୍ଛେଦ ପାଇଁ ବରଗଡ ପଠାଯାଇଛି। ଏନେଇ କେସ ନମ୍ବର ୧୬୭/୧୯ ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri