ମଦ ବିକ, ପୁରସ୍କାର ନିଅ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି ମହିଳାମାନେ ରାସ୍ତାକୁ ଓହ୍ଲାଉଛନ୍ତି। ମଦ ବିକ୍ରି ପ୍ରତିବାଦରେ ବିଭିନ୍ନ ସାମାଜିକ ସଂଗଠନ ମଧ୍ୟ ଆନ୍ଦୋଳନ କରୁଛନ୍ତିି। ଏପରି ସ୍ଥଳେ ରାଜ୍ୟ ସରକାର ଅବକାରୀ ରାଜସ୍ବ ବୃଦ୍ଧି କରିବାକୁ ପୁରସ୍କାର ବ୍ୟବସ୍ଥା କରିବାକୁ ବିଧାନସଭା ଅବକାରୀ ଷ୍ଟାଣ୍ଡିଂ କମଟି-୧୦ ସୁପାରିସ କରିଛି। ଅବକାରୀ ବିଭାଗ କମିଶନର ତଥା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ ପୁରସ୍କାର କମିଟିର ପୁନର୍ଗଠନ କରିବାକୁ କମିଟି ସୁପାରିସ କରିଛି । ୧୨ ସୁପାରିସ ମଧ୍ୟରୁ ୪ ନମ୍ବର ସୁପାରିସରେ କମିଟି ଧାର୍ଯ୍ୟ କୋଟାରୁ ଅଧିକ ବ୍ୟବସାୟ କରିଥିବା ବ୍ୟବସାୟୀଙ୍କୁ ପୁରସ୍କୃତ କରିବାକୁ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏଥିସହିତ ରାଜସ୍ବ ବୃଦ୍ଧିରେ ସହାୟକ ହେଉଥିବା ସରକାରୀ ଅଧିକାରୀ, ବେଆଇନ ମଦ ବିକ୍ରି ସମ୍ପର୍କରେ ସୂଚନା ପ୍ରଦାନକାରୀଙ୍କୁ ପୁରସ୍କୃତ କରିବାକୁ କମିଟି ସୁପାରିସ କରିଛି। କେନ୍ଦ୍ର ସରକାରଙ୍କ ପୁରସ୍କାର ଯୋଜନା ଅନୁଯାୟୀ କମିଟି ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ଦେବାକୁ କୁହାଯାଇଛି। ଗତ ୧୦ ବର୍ଷରେ ଅବକାରୀ ରାଜସ୍ବ ଆଦାୟରୁ ୫ ଗୁଣ ଅଧିକ ରାଜସ୍ବ ପାଇଛନ୍ତି ରାଜ୍ୟ ସରକାର । ଏହାକୁ ପୁଣି ବଢାଇବା ପାଇଁ କମିଟି ପ୍ରସ୍ତାବ ଦେବାକୁ ନେଇ ପୁଣି ବିବାଦ ଆରମ୍ଭ ହୋଇଛି। ଏଥିସହିତ ପ୍ରତି ତହସିଲରେ ଗୋଟିଏ ଏବଂ ସହରାଞ୍ଚଳରେ ଦୁଇଟି ଆଦର୍ଶ ଅବକାରୀ ଷ୍ଟେଶନ ସ୍ଥାପନ କରିବାକୁ କମିଟି ପରାମର୍ଶ ଦେଇଛି। ଅବକାରୀ ବିଭାଗରେ ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ର଼୍ୟାଙ୍କ ଦ୍ୱିତୀୟ ଶ୍ରେଣୀ ପଦବୀ ସୃଷ୍ଟି କରିବା ଏବଂ ଖାଲି ପଦବୀ ପୂରଣ କରିବା ନେଇ ମଧ୍ୟ କମିଟି ସୁପାରିସ କରିଛି। ସମସ୍ତ ମଦ ଦୋକାନ ପଞ୍ଜୀକୃତ ହେବା ସହ ସରକାରୀ ଓ୍ବେବ୍‌ସାଇଟ୍‌ରେ ସେମାନଙ୍କ ନାମ ଉଲ୍ଲେଖ କରାଯିବା ଦରକାର। ଢାବା ଓ ହୋଟେଲଗୁଡିକରେ ମଦ ବିକ୍ରି ଅଧିକ ହେଉଛି। ସେଥିରୁ ଅଧିକାଂଶ ସ୍ଥାନରେ ବେଆଇନ ଭାବେ ଚାଲୁଛି। କଳାବଜାର ରୋକିବା ପାଇଁ ଲାଇସେନ୍ସ ଦେବା ଏବଂ ଏଥିପାଇଁ ଅଧିକ ସ୍କ୍ବାଡ ଗଠନ କରିବାକୁ କମିଟି ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri