ମଦ ବିରୋଧରେ ଗର୍ଜିଲେ ମହିଳା

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବସୁଲେଇ ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ରଣହୁଙ୍କାର ଦେଇଛନ୍ତି ମହିଳା ଗୋଷ୍ଠୀ। ରବିବାର ଏକ ବିଶାଳ ଶୋଭାଯାତ୍ରାରେ ୭୦ ସ୍ବୟଂ ସହାୟକ ଗୋଷ୍ଠୀର ୫୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ମଦ ବିରୋଧୀ ସ୍ଲୋଗାନ୍‌ ଦେଇ ଜନସଚେତନତା ସୃଷ୍ଟି କରିଥିଲେ।
ଗୋଷ୍ଠୀ ସଦସ୍ୟଙ୍କ କହିବା କଥା, ରାଜସ୍ବ ବୃଦ୍ଧି ଲୋଭରେ ମଦ ବିକ୍ରିକୁ ସରକାର ପ୍ରୋତ୍ସାହନ ଦେଉଛନ୍ତି। ସବୁ ଜାଗାରେ ଅତି ସହଜରେ ମଦ ମିଳିଯାଉଛି। ମଦ ପାଇଁ ସାମାଜିକ ବ୍ୟବସ୍ଥା ଭାଙ୍ଗିଯିବାକୁ ବସିଛି। ପରିବାରରେ ଅଶାନ୍ତି ସୃଷ୍ଟି ହେଉଛି। ସଡ଼କ ଦୁର୍ଘଟଣା, ହତ୍ୟା, ଲୁଣ୍ଠନ, ବଳାତ୍କାର ଭଳି ଆପରାଧିକ କାର୍ଯ୍ୟ ପଛରେ ପ୍ରମୁଖ କାରଣ ନିଶାସେବନ। ଏହାର ପ୍ରତିବାଦରେ ଏପରି ଅଭିଯାନ ଆରମ୍ଭ କରାଯାଇଛି।
ମହାସଂଘର ସଭାନେତ୍ରୀ ରେବତୀ ଜେନାଙ୍କ ନେତୃତ୍ୱରେ ଗୋଷ୍ଠୀ ସଦସ୍ୟମାନେ ନାରାବାଜି ଦେଇ ପଞ୍ଚାୟତର ୧୧ ଗୋଟି ଓ୍ବାର୍ଡରେ ଜନସଚେତନତା ସୃଷ୍ଟି କରିଥିଲେ। ମଦ ନ ହଟିବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ ଏସ୍‌ଏଚ୍‌ଜିର ଏପରି ପଦକ୍ଷେପକୁ ସମର୍ଥନ ଜଣାଇଛନ୍ତି ସରପଞ୍ଚ ସଞ୍ଜୟ କୁମାର ରାଉତ। ଏହି କାର୍ଯ୍ୟରେ ସେ ନିଶ୍ଚିତ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri