ମଦ ବୋଝେଇ ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ

ଉଦଳା,୧୪ା୧୦(ଡି.ଏନ୍‌.ଏ.): ଯଶିପୁର ଅଭିମୁଖେ ଯାଉଥିବା ଏକ ମଦ ବୋଝେଇ ଟ୍ରକ ଶନିବାର ବିଳମ୍ବିତ ରାତିରେ ଉଦଳା ଥାନା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଲିସ ଟ୍ରକ ସହ ମଦ ଜବତ କରିଛି। ଟ୍ରକରେ ଥିବା ୩ଶହ ପେଟି ବିଦେଶୀ ମଦ ଯଶିପୁରଠାରେ ଥିବା ଏକ ଲାଇସେନ୍ସପ୍ରାପ୍ତ ମଦ ଦୋକାନକୁ ଯାଉଥିବା ଜଣାଯାଇଛି। ଟ୍ରକର ଡ୍ରାଇଭର ବାଟ ଭୁଲି ଉଦଳା-ନୁଦଡିହା ରାସ୍ତାରେ ଯାଉଥିଲେ। ସେଠାରୁ ପୁଣି ଉଦଳା ଫେରି ଯଶିପୁର ଯିବାକୁ ବାହାରିଥିଲା ବେଳେ ଉର୍ମଳ ଛକ ନିକଟରେ ସାମ୍ନାରେ ଯାଉଥିବା ଏକ ଡମ୍ଫରକୁ ଧକ୍କା ଦେଇଥିଲେ। ଫଳରେ ଟ୍ରକ ଡ୍ରାଇଭର ଜଡା ମାଝୀ (୨୮) ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ଉଦଳା ପୋଲିସ୍‌ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରିଥିଲା। ରବିବାର ଟ୍ରକର ମାଲିକ ଥାନାରେ ପହଞ୍ଚତ୍ ଗାଡିର କାଗଜପତ୍ର ସମେତ ମଦ ଚାଲାଣର ସମସ୍ତ କାଗଜପତ୍ର ଦେଖାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri