Posted inଜାତୀୟ

ମଦ ହୋମ୍‌ ଡେଲିଭରି ପାଇଁ ବିଚାର କର

ନୂଆଦିଲ୍ଲୀ,୯ା୫(ପି.ଟି.): ଲକ୍‌ଡାଉନ୍‌ ଯୋଗୁ ମଦ ବିକ୍ରି ବନ୍ଦ ଥିବାବେଳେ ଗତ ୪ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ସସର୍ତ୍ତ ଅନୁମତି ମିଳିଥିଲା। ଫଳରେ ୪୦ ଦିନ ଧରି ବିକ୍ରି ବନ୍ଦ ଥିବାରୁ ମଦ ଦୋକାନଗୁଡ଼ିକ ଆଗରେ ନାହିଁ ନ ଥିବା ଭିଡ଼ ଦେଖାଦେଇଛି। ସାମାଜିକ ଦୂରତ୍ୱ କଥାକୁ ଗ୍ରାହକମାନେ ଭୁଲିଯାଇଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଅନ୍‌ଲାଇନ୍‌ରେ ମଦ ବିକ୍ରି ତଥା ହୋମ୍‌ ଡେଲିଭରି ପାଇଁ ରାଜ୍ୟ ସରକାରମାନେ ବିଚାର କରନ୍ତୁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ କହିଛନ୍ତି।
ଗ୍ରାହକଙ୍କୁ ସିଧାସଳଖ ମଦ ବିକ୍ରି ଯୋଗୁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ହେଉଥିବାରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ମେ’ ୧ ତାରିଖ ଗାଇଡ୍‌ଲାଇନ୍‌କୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ଜଷ୍ଟିସ୍‌ ଅଶୋକ ଭୂଷଣ, ସଞ୍ଜୟ କିଷନ କୌଲ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପିଟିଶନର ଶୁଣାଣି କରିଥିଲେ। ଆବେଦନକାରୀ ଗୁରୁସ୍ବାମୀ ନଟରାଜଙ୍କ ପକ୍ଷରୁ ଆଇନଜୀବୀ ସାଇ ଦୀପକ ଖଣ୍ଡପୀଠଙ୍କୁ କହିଥିଲେ, ଲକ୍‌ଡାଉନ ସମୟରେ ଦୋକାନରେ ମଦ ବିକ୍ରି କରା ନ ଯାଇ ଏହାର ହୋମ୍‌ ଡେଲିଭରି କିମ୍ବା ଅନ୍‌ଲାଇନ୍‌ ବିକ୍ରି ଲାଗି ରାଜ୍ୟ ସରକାରମାନେ ଅନୁମତି ଦେବାକୁ ନିର୍ଦ୍ଦେଶ ଦିଆଯାଉ। ସେ କହିଥିଲେ ଦେଶରେ ୭୦ ହଜାର ମଦ ଦୋକାନ ରହିଛି। ଗତ ୪ ଦିନରେ ୫ କୋଟିରୁ ଅଧିକ ଲୋକ ମଦ କିଣିଲେଣି। ତେବେ ମଦ ଦୋକାନ ଆଗରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଉ ନ ଥିବାରୁ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବା ଆଶଙ୍କା ପ୍ରକାଶ ପାଇଛି। ଏଭଳି ମଦ ବିକ୍ରି ହେଲେ ଦୀର୍ଘଦିନର ଲକ୍‌ଡାଉନ ଯୋଗୁ ଯେଉଁ ସୁଫଳ ମିଳିଥିଲା, ତାହା ବେକାର ହୋଇଯିବ ବୋଲି ଦୀପକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri