ମଧୁବାଲା: ଦିଲ୍ଲୀପଙ୍କୁ ଭଲ ପାଇ କିଶୋରଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ଅଭିନେତ୍ରୀ ମଧୁବାଲାଙ୍କ ଜନ୍ମଦିନ ଶୁକ୍ରବାର ପାଳିତ ହେଉଛି। ସେ ୧୯୩୩ ଫେବୃୟାରୀ ୧୪ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୁରାନାମ ବେଗମ୍‌ ମୁମତାଜ୍‌ ଜାହାଁ ଦେହଲବି ଥିଲା। ମଧୁବାଲାଙ୍କର ଘରେ ଭାଇ ଭଉଣୀ ସଂଖ୍ୟା  ଥିଲା ୧୧। ଏତେବଡ଼ ପରିବାରକୁ ଚଳାଇବା ପାଇଁ ତାଙ୍କ ବାପା ସକ୍ଷମ ନ ଥିଲେ। ଘରର ଆର୍ଥିକ ସ୍ଥତି ସ୍ବଚ୍ଛଳ ନ ଥିବାରୁ ସେ ଫିଲ୍ମ ଦୁନିଆରେ ୯ ବର୍ଷ ବୟସରେ ପାଦ ଦେଇଥିଲେ। ସେତେବେଳେ ଫିଲ୍ମରେ ଅଭିନୟ କରିବାକୁ ସମାଜରେ କେତେକ ଲୋକ ପସନ୍ଦ କରୁ ନ ଥିଲେ। ୧୯୪୭ରେ ଦେବିକା ରାଣୀ ତାଙ୍କ ନାମ ମଧୁବାଲା ରଖିଥିଲେ। ସେ ୭୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ମୁଗଲ-ଇ-ଆଜମ୍‌ ଶୁଟିଂ ସେଟ୍‌ରୁ ଦିଲ୍ଲୀପ କୁମାରଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ଏହାକୁ ନେଇ ବଲିଉଡ୍‌ରେ ଚର୍ଚ୍ଚା ହୋଇଥିଲା। ତେବେ ପ୍ରେମରେ ଆସିଥିଲା ଭଟ୍ଟା। ମଧୁବାଲା ୧୯୬୦ରେ କିଶୋର କୁମାରଙ୍କୁ ବିବାହ କରିଥିଲେ। ଦୀର୍ଘ ଦିନଧରି ହୃଦରୋଗରେ ପୀଡିତ ହୋଇ ୧୯୬୯ ଫେବୃୟାରୀ ୨୩ରେ ମୁମ୍ବାଇଠାରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri