ମଧ୍ୟପ୍ରଦେଶରେ ନାବାଳିକା ବଳାତ୍କାର ମାମଲା: ଗୋଳାବନ୍ଧରୁ ଯୁବକଙ୍କୁ ଉଠାଇନେଲା ପୋଲିସ

ଗୋପାଳପୁର,୫ା୧୨-ଗତ କିଛିଦିନ ହେଲା ଦେଶରେ ବଳାତ୍କାର ବଢ଼ି ଚାଲିଛି। ପୋଲିସ ତଦନ୍ତରେ ଢିଲା ଯୋଗୁ ବିଭିନ୍ନ ସମୟରେ ଅପରାଧୀ ସହଜରେ ଖସି ଯାଉଛନ୍ତି। ମଧ୍ୟପ୍ରଦେଶରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବୁଧବାର ସନ୍ଧ୍ୟାରେ ଗୋଳାବନ୍ଧ ଅଞ୍ଚଳରୁ ଜଣେ ଯୁବକଙ୍କୁ ପୋଲିସ ଉଠାଇ ନେଇଛି। ପ୍ରକାଶ ଯେ, ମଧ୍ୟପ୍ରଦେଶ ମଣ୍ଡଳ ଜିଲାର ମହଙ୍ଗୁୱା ଥାନା ଅଞ୍ଚଳରେ ଗତ ଅକ୍ଟୋବର ୨୪ରେ ଘରେ କେହି ନ ଥିବାବେଳେ ସେହି ଅଞ୍ଚଳର ରାକେଶ କଚ୍ଛୱା ଜଣେ ନାବାଳିକାଙ୍କୁ ବଳାତ୍କାର କରି କୌଶଳକ୍ରମେ ଓଡ଼ିଶାକୁ ଚାଲି ଆସିଥିଲେ। ଗୋପାଳପୁର ଥାନା ଅନ୍ତର୍ଗତ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜ ପରିସରରେ ରହି ସେ କିଛିଦିନ ହେଲା ଶ୍ରମିକ ଭାବେ କାମ କରୁଥିଲେ। ନାବାଳିକା ଜଣକ ମହଙ୍ଗୁୱା ଥାନାରେ ଅଭିଯୋଗ କରିବା ପରେ ନଂ. ୧୩୯/୧୯ରେ ବଳାତ୍କାର ଓ ପୋକ୍‌ସୋ ଆକ୍ଟରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା। ମୋବାଇଲ ଫୋନ ଟ୍ରାକିଂ କରି ରାକେଶ ଗୋଳାବନ୍ଧ ଅଞ୍ଚଳରେ ରହୁଥିବା ଜାଣିବାକୁ ପାଇଥିଲେ। ମଧ୍ୟପ୍ରଦେଶର ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ବୁଧବାର ପୂର୍ବାହ୍ନରେ ଗଞ୍ଜାମ ଆସି ଗୋପାଳପୁର ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଗୋପାଳପୁର ପୋଲିସ ଓ ମଧ୍ୟପ୍ରଦେଶ ସ୍ବତନ୍ତ୍ର ଟିମ୍‌ ସନ୍ଧ୍ୟା ପ୍ରାୟ ୬ଟାରେ ରାକେଶଙ୍କୁ ଉଠାଇ ନେଇଥିବା ମଧ୍ୟପ୍ରଦେଶର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri