Posted inଜାତୀୟ

ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ: ନିଜ ନିଜ ବିଧାୟକଙ୍କୁ ଏକାଠି କରିବାରେ ଲାଗିଛନ୍ତି ଭାଜପା-କଂଗ୍ରେସ

ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଛି ଅନେକ ରଙ୍ଗ। କଂଗ୍ରେସ ଉପରେ ଅସନ୍ତୁଷ୍ଟ ହୋଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହାପରେ ଆଉ ୧୯ ବିଧାୟକ ମଧ୍ୟ ଦଳରୁ ଇସ୍ତଫା ଦେଇଥିବା ଦେଖାଯାଇଥିଲା। ଫଳରେ କମଳନାଥ ସରକାରଙ୍କ ଉପରେ ସଙ୍କଟ ଦୃଷ୍ଟି ଗୋଚର ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ଜ୍ୟୋତିରାଦିତ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ୍‌ କରିଥିଲେ। ଏହାପରେ ଆଲୋଚନା ହେଉଛି କି ଖୁବ୍‌ଶୀଘ୍ର ସେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେବେ। ଇତିମଧ୍ୟରେ ମଧ୍ୟପ୍ରଦେଶର କଂଗ୍ରେସ ସରକାରଙ୍କୁ ଭାଙ୍ଗିବାକୁ ଯାଇ ଭାଜପାର କେତେଜଣ ବିଧାୟକ ବିଳମ୍ବିତ ରାତିରେ ଗୁରୁଗ୍ରାମ ପହଞ୍ଚିଥିବା ଜଣାପଡିଛି। ସେପଟେ କଂଗ୍ରେସରୁ ଇସ୍ତଫା ଦେଇଥିବା ୧୯ ବିଧାୟକଙ୍କୁ ଭାଜପାରେ ସାମିଲ କରିବାକୁ ପ୍ରୟାସ ଚାଲିଥିବା ବେଳେ ଏପଟେ କମଳନାଥଙ୍କ ସରକାର ଆହୁରି ଖରାପ ସ୍ଥିତିକୁ ଯିବା ପୂର୍ବରୁ ବାକିଥିବା ବିଧାୟକଙ୍କୁ ବୁଧବାର ସକାଳେ ଜୟପୁର ପଠାଇବା ବ୍ୟବସ୍ଥା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri