ମଧ୍ୟାହ୍ନଭୋଜନରୁ ବାହାରିଲା କାଚଗୁଣ୍ଡ, ଗୋଡ଼ି

ରାଇରଙ୍ଗପୁର, ୧ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ପୁରୁଣାଘାଟି ବସ୍ତି ଅଞ୍ଚଳସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନଭୋଜନରୁ କାଚଗୁଣ୍ଡ, ଗୋଡି ସମେତ ଅପରିଷ୍କାର ସାମଗ୍ରୀ ବାହାରିବା ପରେ ଅସନ୍ତୋଷ ଦେଖାଦେଇଛି। ଚାଉଳକୁ ସମ୍ପୃକ୍ତ ରୋଷେୟା ଭଲ ଭାବେ ନ ଧୋଇ ରୋଷେଇ କରୁଥିବା ଅଭିଭାବକମାନେ ଅଭିଯୋଗରେ ଦର୍ଶାଇଛନ୍ତି। ଏହାର ପ୍ରତିବାଦ କରି ଶନିବାର ପୂର୍ବାହ୍ନ ୧୧ଟାରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କରି ଧାରଣା ଦେଇଥିଲେ। ସହକାରୀ ଜିଲାପାଳ ଧର୍ମେନ୍ଦ୍ର ଶତପଥୀ, ରାଇରଙ୍ଗପୁର ବ୍ଲକ ଶିକ୍ଷାଧିକାରୀ ପ୍ରକାଶ ଚନ୍ଦ୍ର ମହାଳିକ ପ୍ରମୁଖ ଧାରଣାକାରୀ ଛାତ୍ରୀଛାତ୍ର ଏବଂ ତାଙ୍କର ଅଭିଭାବକମାନଙ୍କ ସହ ଆଲୋଚନା କରି ଆସନ୍ତା ସୋମବାର ଏହାର ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ର ଧାରଣାରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri