ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ

ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସୋୟା ବଡ଼ିରେ ପୋକ ଦେଖି ଅଧିକାରୀମାନେ ବିରକ୍ତି ପ୍ରକାଶ କରିବା ସହ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ତାଗିଦ୍‌ କରିଥିଲେ। ଏହାପରେ ଖାଦ୍ୟ ଯୋଗାଉଥିବା ଏସ୍‌ଏଚ୍‌ଜିକୁ କାର୍ଯ୍ୟରୁ ବାରଣ କରାଯାଇଛି।
ରେମୁଣା ବିଧାୟକ କୌଣସି କାମରେ ଚଷାଖଣ୍ଡ ଯାଇଥିବା ବେଳେ ପିଲାଙ୍କ ଖାଦ୍ୟ ଥାଳି ନିରୀକ୍ଷଣ କରିଥିଲେ। ପିଲାଙ୍କୁ ଦିଆଯାଉଥିବା ସୋୟା ବଡ଼ିରେ ପୋକ ଥିବା ଜଣାପଡ଼ିଥିଲା। ଏଥିରେ ସେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ। ଡିପିସି ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆ, ବ୍ଲକ ଭାରପ୍ରାପ୍ତ ଶିକ୍ଷାଧିକାରୀ ପ୍ରାଚୀତନୟା ଗିରି, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନମିତା ସାମଲ ପ୍ରମୁଖ ସ୍କୁଲରେ ପହଞ୍ଚିଥିଲେ। ତରକାରୀରେ ପୋକ ଦେଖି ସେ ପଦକ୍ଷେପ ଗ୍ରହଣ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ବହିଷ୍କାର ସମ୍ପର୍କରେ ସେମାନେ ଜିଲାପାଳଙ୍କୁ ରିପୋର୍ଟ ଦେଇଛନ୍ତି। ଏସ୍‌ଏଚ୍‌ଜିର ସଦସ୍ୟାମାନେ ଏକ୍ସପାଏରୀ ତାରିଖ ନ ପଢ଼ି ତାହା କିଣିଥିବା ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri