ମଧ୍ୟାହ୍ନଭୋଜନ ପାଇଁ ଛାତ୍ରୀଛାତ୍ରଙ୍କୁ ମିଳିବ ରାଶନ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ବିଦ୍ୟାଳୟଗୁଡ଼ିକୁ ବନ୍ଦ କରିଦିଆଯାଇଛି। ବିଦ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇପାରୁନାହିଁ। ଏଭଳିସ୍ଥିତିରେ ଛାତ୍ରୀଛାତ୍ରଙ୍କୁ କିପରି ଠିକ୍‌ଭାବେ ପୋଷଣ ଦିଆଯାଇପାରିବ ସେଥିପାଇଁ ରାଜ୍ୟ ସରକାର ପିଲାଙ୍କୁ ଚାଉଳ ଦେବା ପାଇଁ ଯୋଜନା କରିଛନ୍ତି। ମଧ୍ୟାହ୍ନଭୋଜନ ବାବଦକୁ ଛାତ୍ରୀଛାତ୍ରଙ୍କୁ ଏକକାଳୀନ ଆଗୁଆ ୩ ମାସର ଶୁଖିଲା ରାଶନ ଦିଆଯିବ। ପ୍ରଥମରୁ ପଞ୍ଚମ ଶ୍ରେଣୀର ପ୍ରତ୍ୟେକ ପିଲାକୁ ମାସିକ ୩କେଜି ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ପିଲାକୁ ୪.୫କେଜି ଚାଉଳ ଦିଆଯିବ। ଏହା ଆସନ୍ତା ଜୁନ୍‌ ୧୩ତାରିଖ ପର୍ଯ୍ୟନ୍ତ ଦିଆଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଯାଇଛି। ପ୍ରଧାନ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ମାତାପିତାଙ୍କୁ କୁପନ୍‌ ଦେବେ। ଏହି କୁପନକୁ ଦେଖାଇ ସେମାନେ ସ୍କୁଲ ଅନୁବନ୍ଧିତ ହୋଇଥିବା ନିକଟସ୍ଥ ସାଧାରଣ ବଣ୍ଟନ କେନ୍ଦ୍ରରୁ ଏହି ଆଗୁଆ ରାଶନ୍‌ ଉଠାଇ ପାରିବେ। ଏଥିପାଇଁ ସମ୍ପୃକ୍ତ ବ୍ଲକ୍‌ ଶିକ୍ଷା ଅଧିକାରୀ, ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲା ଯୋଗାଣ ଅଧିକାରୀଙ୍କୁ ତୁରନ୍ତ ପଦକ୍ଷେପ ଦେବାକୁ ଦିର୍ଦ୍ଦେଶ ଦିଆଯାଇଛି। ସେପଟେ ଏସ୍‌ସିଏସ୍‌ଟି ବିଭାଗ ଦ୍ବାରା ପରିଚାଳିତ ସମସ୍ତ ଛାତ୍ରାବାସ ୨୫ତାରିଖରୁ ବନ୍ଦ ରହିବ। କିନ୍ତୁ ଯେପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମାତାପିତା ବା ଅଭିଭାବକମାନେ ସେମାନଙ୍କୁ ଛାତ୍ରାବାସରୁ ନେଇନାହାନ୍ତି, ସେ ପର୍ଯ୍ୟନ୍ତ ସେମାନେ ଛାତ୍ରାବାସରେ ରହିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ...

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ...

ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ...

କେନ୍ଦ୍ରାପଡ଼ାରେ ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍‌ଗାହ...

୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି...

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା...

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ...

Advertisement
Archives

Model This Week