ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ଠିକ୍‌ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଯୋଗାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୈନିକ ୧୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଦ୍ବାରା କୃଷିଭବନଠାରେ ଆୟୋଜିତ ‘ଗୋସମ୍ପଦର ବିକାଶରେ ଉଦ୍ୟୋଗୀମାନଙ୍କ ଭୂମିକା’ ଶୀର୍ଷକ କର୍ମଶାଳାରେ ଅରୁଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି। ଗୋପାଳନ ରାଜ୍ୟ ଅର୍ଥନୈତିକ ବିକାଶର ଏକ ପ୍ରମୁଖ ଉପାଦାନ। କୃଷକମାନଙ୍କ ଆୟରେ ଉଲ୍ଲେଖନୀୟ ଅଭିବୃଦ୍ଧି ନିମନ୍ତେ ପ୍ରାଣୀପାଳନ ବିଶେଷ କରି ଗୋପାଳନ ଏକାନ୍ତ ଆବଶ୍ୟକ। ତେଣୁ ଗୋପାଳନର ବିକାଶ ନିମନ୍ତେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଅରୁଣ ସାହୁ କହିଛନ୍ତି।
ସେପଟେ ଘରୋଇ ଦୁଗ୍ଧ ସଂସ୍ଥା ଆଗୁଆ ଦର ବୃଦ୍ଧି କରିଛନ୍ତି। କର୍ମଶାଳାରେ ବିଭିନ୍ନ ଜିଲାର ଚାଷୀମାନେ ଦୁଗ୍ଧ ଦର ବଢ଼ାଇବା ପାଇଁ ଜୋର ଦେଇଥିଲେ। ବିଶେଷକରି କୋରୁପୁଟ, ପୁରୀ, ମାଲକାନଗିରି ଭଳି ଜିଲାର ଚାଷୀମାନେ ଜୋରଦାର ଦାବି ଉଠାଇଥିଲେ। ଖର୍ଚ୍ଚ ଅନୁସାରେ ଆୟ ହେଉନାହିଁ ବୋଲି ଚାଷୀମାନେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ। ଏନେଇ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଓମ୍‌ଫେଡ୍‌ କ୍ଷୀର ଦର ବୃଦ୍ଧି କରିବାକୁ ସରକାର ଚିନ୍ତା କରୁଛନ୍ତି। ଉଭୟ ଖାଉଟି ଓ ଦୁଗ୍ଧ ଚାଷୀଙ୍କୁ ସୁହାଇଲା ଭଳି ଦର ଧାର୍ଯ୍ୟ ହେବ ବୋଲି ଅରୁଣ ସାହୁ କହିଛନ୍ତି।
ଅନ୍ୟପକ୍ଷରେ ମଧ୍ୟାହ୍ନ ଭୋଜନରେ ଦୁଗ୍ଧଜାତ ଦ୍ରବ୍ୟ ଦେବାକୁ ସରକାର ଯୋଜନା କରୁଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। କର୍ମଶାଳାରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଦ୍‌ଘାଟକ ଭାବେ ଯୋଗଦେଇ କହିଛନ୍ତି ଯେ, ମଧ୍ୟାହ୍ନ ଭୋଜନରେ ଦୁଗ୍ଧଜାତ ଦ୍ରବ୍ୟ ଦେବା ପ୍ରସ୍ତାବକୁ ନେଇ ସରକାର ତର୍ଜମା କରୁଛନ୍ତି। ଏପରି ହେଲେ ରାଜ୍ୟର ଦୁଗ୍ଧ ଚାଷୀ ଉପକୃତ ହେବେ। ପିଲାମାନେ ମଧ୍ୟ ପୁଷ୍ଟିକର ଖାଦ୍ୟ ପାଇବାକୁ ସକ୍ଷମ ହେବେ।
ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲାରୁ ଆସିଥିବା ଦୁଗ୍ଧ ଚାଷୀମାନେ ଦୁଗ୍ଧଚାଷ କ୍ଷେତ୍ରରେ ସେମାନଙ୍କର ଅଭିଜ୍ଞତା, ଅସୁବିଧା ଓ ଦୁଗ୍ଧର କ୍ରୟମୂଲ୍ୟ ବୃଦ୍ଧିର ଆବଶ୍ୟକତା ସମ୍ପର୍କରେ ମତ ରଖିଥିଲେ। କର୍ମଶାଳା ଅବସରରେ କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ ଯୋଗଦେଇ ବିଭାଗ ପକ୍ଷରୁ ଗୋସମ୍ପଦର ବିକାଶ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। କର୍ମଶାଳା ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରତ୍ନାକର ରାଉତ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିବାବେଳେ ଓମ୍‌ଫେଡ୍‌୍‌ର ସାଧାରଣ ପରିଚାଳକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri