ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍‌

ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ଦିଆ ନ ଯାଇ କେବଳ ଚକୋଲେଟ ବଣ୍ଟା ଯାଇଥିଲା। କିନ୍ତୁ ଶିକ୍ଷାନୁଷ୍ଠାନ ପକ୍ଷରୁ ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ଦିଆଯାଇଥିବାର ଅନ୍‌ଲାଇନ ଯୋଗେ ବ୍ଲକ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଥିଲା। ସେଦିନ ବିଦ୍ୟାଳୟରେ ୧୬୨ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ମଧ୍ୟ ଏଥିରେ ଦର୍ଶାଯାଇଥିଲା। ଏହି ଘଟଣା ଜଣାପଡିବା ପରେ ମଙ୍ଗଳବାର ଗ୍ରାମର ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟକୁ ଆସି ପ୍ରଧାନ ଶିକ୍ଷକଙ୍କୁ ଘେରିଥିଲେ ା ୨ ମାସ ହେବ ଏହି ବିଦ୍ୟାଳୟକୁ ରୋଷେଇ ବାବଦରେ ଅର୍ଥରାଶି ମିଳି ନ ଥିବା ଓ ଅନ୍ୟାନ୍ୟ ଅସୁବିଧା ରହିଥିବା ଅଭିଭାବକମାନଙ୍କୁ କୁହାଯାଇଥିଲା। ମଧ୍ୟାହ୍ଣ ଭୋଜନ ରୋଷେଇ ନ କରି ଏ ସଂକ୍ରାନ୍ତ ଭୁଲ ତଥ୍ୟ ଅନଲାଇନ ଯୋଗେ ବ୍ଲକ କାର୍ଯ୍ୟାଳୟକୁ କାହିଁକି ଅବଗତ କରାଗଲା ବୋଲି ଅଭିଭାବକମାନେ ପ୍ରଶ୍ନ କରି କୌଣସି ଉତ୍ତର ପାଇ ନ ଥିଲେ। ଏ ସମ୍ପର୍କରେ ସେମାନେ ତିହିଡି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିବା କହିଛନ୍ତି। ସେହିପରି ପିଲାଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଓ ବିଦ୍ୟାଳୟର ଉନ୍ନତିମୂଳକ କାର୍ଯ୍ୟରେ ଅନିୟମିତତା ହେଉଥିବା ନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ ା ଏ ସମ୍ପର୍କରେ ତିହିଡି ବ୍ଲକ ଶିକ୍ଷାଧିକାରୀ ଉଦୟ ନାରାୟଣ ଦାଶଙ୍କୁ ପଚାରିିବାରୁ ସେ କହିଲେ, ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ନ ଦେଇ ବ୍ଲକ କାର୍ଯ୍ୟାଳୟକୁ ଭୁଲ ତଥ୍ୟ ଦିଆଯିବା ଠିକ୍‌ ନୁହେଁ। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri