Posted inଜାତୀୟ

ମନମୋହନଙ୍କୁ ମିଳିବ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୬।୮: ମୋଦି ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କଠାରୁ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍‌(ଏସ୍‌ପିଜି) ସୁରକ୍ଷା ହଟାଇ ଦେଇଛନ୍ତି। ଏହା ବଦଳରେ ତାଙ୍କୁ ଜେଡ ପ୍ଲସ୍‌ (z+) ସୁରକ୍ଷା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ମନମୋହନଙ୍କୁ ବର୍ତ୍ତମାନ ଦିଆଯାଉଥିବା ସୁରକ୍ଷା ଉପରେ ୩ ମାସ ପୂର୍ବରୁ ବିଭିନ୍ନ ସୁରକ୍ଷା ଏଜେନ୍ସି ରୋ ଓ ଆଇ ସମେତ କ୍ୟାବିନେଟ ସଚିବ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏହାପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନୋଟିସ୍‌ ଜାରି କରାଯାଇ ଏନେଇ ସୂଚନା ଦିଆଯାଇଛି। ତେବେ ମୋଦି ସରକାରଙ୍କ ଏହି ନିଷ୍ପତ୍ତି ପରେ କେବଳ ୪ଜଣଙ୍କୁ ହିଁ ଏସ୍‌ପିଜି ସୁରକ୍ଷା ଦିଆଯିବ। ଏହି ସୁରକ୍ଷାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ସାମିଲ ଅଛନ୍ତି। ଏହା ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଏହି ସୁରକ୍ଷା ମିଳିଥିଲା। ସୁରକ୍ଷା ଦୃଷ୍ଟିରୁ ମନମୋହନ ଓ ତାଙ୍କ ପରିବାରର ସଦସ୍ୟଙ୍କୁ ମଧ୍ୟ ଏସ୍‌ପିଜି ସୁରକ୍ଷା ଯୋଗାଇଦିଆଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri