Posted inଜାତୀୟ

ମନୁ ଜୋଶେଫଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲର ନିର୍ସିଂ ଅଫିସର ମନୁ ଜୋଶେଫଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚିଠିଲେଖି ଧଦ୍ୟବାଦ ଦେଇଛନ୍ତି। ଏହାସହ ତାଙ୍କର ସମସ୍ତ ଟିମ୍‌ ମେମ୍ବରଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ମନୁ ଜୋଶେଫ ଓ ତାଙ୍କ ଟିମ୍‌ ଚାଇନାର ଉହାନ ସହରରେ କରୋନା ଭାଇରସ ଯୋଗୁ ଭୟଭୀତ ହୋଇ ରହିଥିବା ଭାରତୀୟଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତ ଆସିବାରେ ସାହାଯ୍ୟ କରିଥିଲେ। ପରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବାରେ ମଧ୍ୟ ଏମାନେ ସାହାଯ୍ୟ କରିଥିଲେ। ସୂଚନାଯୋଗ୍ୟ, କରୋନା ଭାଇରସରେ ଚାଇନାରେ ଏବେ ସୁଦ୍ଧା ୧୭ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri