Posted inଖେଳ

ମନୋଜ ତିଓ୍ବାରୀଙ୍କ ତ୍ରିଶତକ

କଲ୍ୟାଣୀ (ପଶ୍ଚିମ ବଙ୍ଗ), ୨୧ା୧ (ପି.ଟି.)- ହାଇଦ୍ରାବାଦ ବିପକ୍ଷ ଗ୍ରୁପ୍‌ ଏ’ ରଣଜୀ ଟ୍ରଫି ମ୍ୟାଚରେ ସିନିୟର ବ୍ୟାଟ୍ସମ୍ୟାନ ମନୋଜ ତିଓ୍ବାରୀଙ୍କ ତ୍ରିଶତକ ସହାୟତାରେ ବେଙ୍ଗଲ ନିଜ ସ୍ଥିତିକୁ ସୁଦୃଢ କରିଛି। ଦେଶ ତରଫରୁ ୧୨ ଅନ୍ତର୍ଜାତୀୟ ଦିନିକିଆ ଏବଂ ୩ ଅନ୍ତର୍ଜାତୀୟ ଟି୨୦ ଖେଳିଥିବା ୩୪ ବର୍ଷୀୟ ମନୋଜ ୪୧୪ ବଲରେ ୩୦୩ ରନ କରି ଅପରାଜିତ ରହିଥିଲେ। ସେ ଦୀର୍ଘ ୧୦ ଘଣ୍ଟା ୩୦ ମିନିଟ ଧରି ବ୍ୟାଟିଂ କରିଥିବାବେଳେ ୩୦ ଚୌକା ଏବଂ ୫ ଛକା ଲଗାଇଥିଲେ। ଦ୍ୱିତୀୟ ଦିବସ ଖେଳରେ ସେ ତାଙ୍କ ଶେଷ ୫୦ ରନ ମାତ୍ର ୩୭ ବଲରୁ କରିଥିଲେ। ତାଙ୍କର ଷ୍ଟ୍ରାଇକ୍‌ରେଟ୍‌ ୭୩.୧୯ ଥିଲା। ମନୋଜଙ୍କର ଏହାଥିଲା ପ୍ରଥମ ରଣଜୀ ତ୍ରିଶତକ। ବେଙ୍ଗଲ ୬୩୫/୭ରେ ଏହାର ପ୍ରଥମ ଇନିଂସ ଘୋଷଣା କରିଥିଲା। ୨୦୧୫ରେ ଭାରତ ତରଫରୁ ଶେଷଥର ପାଇଁ ଖେଳିଥିବା ମନୋଜ ତ୍ରିଶତକ ହାସଲ କରିବାରେ ବେଙ୍ଗଲର ଦ୍ୱିତୀୟ ଖେଳାଳି। ପୂର୍ବରୁ ୧୯୯୮-୯୯ ସିଜନରେ ଗୁଆହାଟୀରେ ଆସାମ ବିପକ୍ଷ ମ୍ୟାଚରେ ଦେବାଙ୍ଗ ଗାନ୍ଧୀ ୩୨୩ ରନ କରିଥିଲେ। ପୂର୍ବରୁ ମନୋଜଙ୍କ ସର୍ବୋଚ୍ଚ ସ୍କୋର ୨୬୭ ରନ ଥିଲା। ବେଙ୍ଗଲ ଅଧିନାୟକ ଥିବାବେଳେ ୨୦୧୧-୧୨ ସିଜନରେ ମଧ୍ୟପ୍ରଦେଶ ବିପକ୍ଷ ଡ୍ର ମ୍ୟାଚରେ ସେ ଏହି ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri