ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍‌ କାଟ୍‌ କାହିଁକି

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ଉଜୁଡି ଯାଇଛି। ୧ମାସ ୨୫ ଦିନ ପରେ ମଧ୍ୟ ପୁରୀ ଜିଲାରେ ବିଦ୍ୟୁତ୍‌ ନାହିଁ। ତରବରିଆ ଭାବେ ଖୁଣ୍ଟ ପୋତି କିଛି ଅଞ୍ଚଳକୁ ବିଦ୍ୟୁତ୍‌ ଦିଆଯାଇଥିଲା। କାଳବୈଶାଖୀରେ ସେ ସବୁ ପୁଣି ଶୋଇପଡ଼ିଲାଣି। ତୁରନ୍ତ ସେଗୁଡ଼ିକ କଂକ୍ରିଟ ଢଳାଇ ନ କଲେ ବିଦ୍ୟୁତ୍‌ ବିଭାଗ ପ୍ରତି ମହାବିପଦ ମାଡ଼ି ଆସିବ। ଜୁଲାଇ ୪ ତାରିଖ ରଥଯାତ୍ରା ପୂର୍ବରୁ ପୁରୀ ଜିଲାକୁ ବିଦ୍ୟୁତ୍‌ ଯୋଗାଇ ଦିଆଯାଉ। ରାଜ୍ୟର ବିଦ୍ୟୁତ୍‌ ଉତ୍ପାଦନକୁ ନେଇ ଶକ୍ତିମନ୍ତ୍ରୀଙ୍କ ସ୍ଥାନରେ ଉତ୍ତର ଦେଉଥିବା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବିରୋଧୀ ଦଳ ସଦସ୍ୟମାନେ କାଠଗଡ଼ାରେ ଛିଡ଼ା କରିଥିଲେ। ରାଜ୍ୟରେ କେତେ ବିଦ୍ୟୁତ୍‌ ଉତ୍ପାଦନ ହେଉଛି, ଯଦି ଅଧିକ ଉତ୍ପାଦନ ହେଉଛି, ତେବେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ ହେଉଛି କାହିଁକି। ମନ୍ତ୍ରୀଙ୍କଠାରୁ ସଦସ୍ୟମାନେ ଏହାର ଜବାବ ତଲବ କରିଥିଲେ।
ଶୁକ୍ରବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ କଂଗ୍ରେସ ସଦସ୍ୟ ନରସିଂହ ମିଶ୍ର ରାଜ୍ୟରେ କେତେ ବିଦ୍ୟୁତ୍‌ ଉତ୍ପାଦନ ହେଉଛି, ଘରୋଇ ଏବଂ ଶିଳ୍ପ କ୍ଷେତ୍ରରେ କେତେ ବ୍ୟବହାର ହେଉଛି, ୨୦୦୦ ମସିହାରୁ ଏ ପର୍ଯ୍ୟନ୍ତ ଜଣାଇବା ପାଇଁ ମନ୍ତ୍ରୀଙ୍କୁ କହିଥିଲେ। ଶକ୍ତି ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ନିୟୋଜନ ମନ୍ତ୍ରୀ ସୁଶାନ୍ତ ସିଂ ଉତ୍ତରରେ କହିଥିଲେ ଯେ, ୨୦୧୮-୧୯ରେ ରାଜ୍ୟକୁ ୨୫, ୬୬୮ ନିୟୁତ ୟୁନିଟ୍‌ ବିଦ୍ୟୁତ୍‌ ଆବଶ୍ୟକତା ଥିବାବେଳେ ଗ୍ରୀଡ୍‌କୋ ବିଭିନ୍ନ ଉତ୍ସରୁ ୨୭, ୬୩୩ ନିୟୁତ ୟୁନିଟ୍‌ ବିଦ୍ୟୁତ୍‌ ଶକ୍ତି ଯୋଗାଇଛି। ମନ୍ତ୍ରୀଙ୍କଠାରୁ ଏଭଳି ଉତ୍ତର ଶୁଣିବା ପରେ ନରସିଂହ ପୁଣି ପଚାରିଲେ, ଯଦି ଏତେ ବିଦ୍ୟୁତ୍‌ ବଳୁଛି ତେବେ ବିଦ୍ୟୁତ୍‌ କାଟ୍‌ କାହିଁକି ହେଉଛି। କେଉଁ କ୍ଷେତ୍ରରୁ କେତେ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ ହେଉଛି ସେ ବିଷୟରେ ଜଣାଇବା ସହିତ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ଶକ୍ତି ଯୋଗାଇ ନ ଦେବାର କାରଣ କ’ଣ। ବିଦ୍ୟୁତ୍‌ ବିନା ଡାକ୍ତରଖାନାରେ ଟର୍ଚ୍ଚ ଲାଇଟ୍‌ ଏବଂ ମହମବତି ଜଳାଇ ରୋଗୀସେବା କରାଯାଉଛି ବୋଲି ସେ ଅଭିଯୋଗ ଆଣିଥିଲେ। ଉତ୍ତରରେ ମନ୍ତ୍ରୀ କେଉଁ କ୍ଷେତ୍ରରୁ କେତେ ବିଦ୍ୟୁତ୍‌ ବଳୁଛି ସେ ନେଇ ମନ୍ତ୍ରୀ ସୁଶାନ୍ତ ସିଂ ଉତ୍ତର ରଖିଥିଲେ। ବିଜେଡି ସଭ୍ୟ ପ୍ରୀତିରଞ୍ଜନ ଘଡେଇ, ଭାଜପା ସଭ୍ୟ ମଦନ ମୋହନ ଦତ୍ତ ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ଉପଭୋକ୍ତାମାନଙ୍କୁ ବିଦ୍ୟୁତ୍‌ ଯୋଗାଇ ନ ପାରିଲେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ କ୍ଷତିପୂରଣ ଦେବା ବ୍ୟବସ୍ଥା କରିବେ କି। ମନ୍ତ୍ରୀ କହିଥିଲେ ଯେ, ବିଦ୍ୟୁତ୍‌ ଶକ୍ତି ଭିତ୍ତିଭୂମିର ବିକାଶ ପାଇଁ ଘଡ଼ଘଡି ଓ ପବନରୁ ରକ୍ଷା ଲାଗି ବିଦ୍ୟୁତ୍‌ କାଟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୬।୬(ଶର୍ମିଷ୍ଠା ପାଣିଗ୍ରାହୀ): ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା ତଥା ଅଗ୍ରଣୀ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ସାମାଜିକ ସେବା ସଂଗଠନ ହାପି ଲିଭିଂ...

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ।...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri