ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:ଜିଲା ଗସ୍ତବେଳେ ସ୍କୁଲ, ଅନାଥାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଅ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସମୟରେ ଅଲଗା ଅଲଗା କାର୍ଯ୍ୟରେ ମନ୍ତ୍ରୀମାନେ ଜିଲା ଗସ୍ତ କରିବା ସମୟରେ ବାହାରେ ମଧ୍ୟାହ୍ନ ଭୋଜନ କରିବେ ନାହିଁ। ସେହି ଜିଲାରେ ଥିବା ଅନାଥ ଆଶ୍ରମ, ଭିନ୍ନକ୍ଷମ ଏବଂ ଶିଶୁମାନଙ୍କ ଯତ୍ନ ନେବା ପାଇଁ ଥିବା ସରକାରୀ ଅନୁଷ୍ଠାନ ତଥା ସ୍କୁଲ ଓ ଆହାର କେନ୍ଦ୍ରରେ ଅଚାନକ ପହଞ୍ଚି ମଧ୍ୟାହ୍ନ ଭୋଜନ ଖାଇବା ଲାଗି ମୁଖ୍ୟମନ୍ତ୍ରୀ ମଙ୍ଗଳବାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ସେହିସବୁ ଅନୁଷ୍ଠାନ ଗୁଡ଼ିକରେ ଦିଆଯାଉଥିବା ଖାଦ୍ୟର ଗୁଣବତ୍ତା ସହିତ ସେହି ସ୍ଥାନର ସମସ୍ୟା ସମ୍ପର୍କରେ ମନ୍ତ୍ରୀମାନେ ଜାଣିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ସମସ୍ୟା ସୃଷ୍ଟି ହେଉଥିବା ଅନୁଷ୍ଠାନଗୁଡିକରେ ଉନ୍ନତି ଆଣିବା ଲାଗି ନୂଆ ସୁଯୋଗ ସୃଷ୍ଟି ହୋଇ ପାରିବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ କାହାକୁ ନ ଜଣାଇବା ତଥା ୩ରୁ ୪ଜଣଙ୍କ ମଧ୍ୟରେ ତାହା ସୀମିତ ରଖିବା ଉପରେ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀମାନଙ୍କ ମାସିକ ଗସ୍ତ ରିପୋର୍ଟରେ ଏ ସଂକ୍ରାନ୍ତରେ ବିସ୍ତୃତ ତଥ୍ୟ ଓ ବ୍ୟବସ୍ଥାରେ ଉନ୍ନତି ପାଇଁ ଆବଶ୍ୟକ ପରାମର୍ଶ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ!’ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri