ମନ୍ତ୍ରୀ ପରିଷଦ ବୈଠକ: ତୃଣମୂଳସ୍ତରକୁ ଯାଇ ଲୋକଙ୍କ ସମସ୍ୟା ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଲୋକଙ୍କ ନିକଟତର ହୁଅ। ସେମାନଙ୍କ ସମସ୍ୟା ବୁଝି ବ୍ୟକ୍ତିଗତସ୍ତରରେ ସମାଧନ କରିବା ପାଇଁ ଚେଷ୍ଟାକର। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଗସ୍ତକରି ନିଜ ବିଭାଗର କାର୍ଯ୍ୟ କିପରି ଚାଲିଛି ସେଗୁଡ଼ିକ ତଦାରଖ କର। ଲୋକମାନଙ୍କ ସହ ମିଶି ନିଜ ବିଭାଗର କାର୍ଯ୍ୟ ଠିକ୍‌ରେ ହେଉଛି କି ନାହିଁ ଏବଂ ସରକାରୀ ଜନକଲ୍ୟାଣ ଯୋଜନା ପହଞ୍ଚୁଛି କି ନାହିଁ ସେ ବିଷୟରେ ତୃଣମୂଳସ୍ତରରେ ଲୋକମାନଙ୍କଠାରୁ ପଚାରି ବୁଝ। ନିଜ ବିଭାଗର ବିଭିନ୍ନ ଅଫିସକୁ ଅଚାନକ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟକ୍ରମଗୁଡ଼ିକ ଉପରେ ସିଧାସଳଖ ନଜର ରଖ। ଏହା ଦ୍ୱାରା ସରକାରୀ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଗୁରୁବାର ସଚିବାଳୟଠାରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ ପରିଷଦ ସଦସ୍ୟମାନଙ୍କୁ ଏମିତି କଡ଼ା ତାଗିଦ୍‌ କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ବିଭିନ୍ନ ଅଞ୍ଚଳ ବାରମ୍ବାର ଗସ୍ତ କରି ଲୋକମାନଙ୍କୁ ସାକ୍ଷାତ୍‌ କରିବା ଦରକାର। ପ୍ରତ୍ୟକ୍ଷ ଭାବରେ ସେମାନଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବା ଦରକାର। ସରକାରୀ ସେବାଗୁଡ଼ିକ ହିତାଧିକାରୀମାନେ ଠିକ୍‌ରେ ପାଉଛନ୍ତି କି ନାହିଁ ସେମାନଙ୍କଠାରୁ ସେ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ୫-ଟି (ଟ୍ରାନ୍ସପରେନ୍ସି, ଟେକ୍‌ନୋଲୋଜି, ଟିମ୍‌ ଓ୍ବର୍କ, ଟ୍ରାନ୍ସଫର୍‌ମୋଶନ ଏବଂ ଟାଇମ୍‌) ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ବ୍ୟକ୍ତିଗତ ସ୍ତରରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବଚ୍ଛତା ଏବଂ ଦକ୍ଷତା ପାଇଁ କଠିନ ପରିଶ୍ରମ ଅତ୍ୟନ୍ତ ଜରୁରୀ। ନିଜ ବିଭାଗର କାମ କିପରି ସହଜ ଓ ସ୍ବଚ୍ଛତାର ସହ ହୋଇପାରିବ, ସେଥିପ୍ରତି ଧ୍ୟାନଦେବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ବାତ୍ୟା ‘ଫନୀ’ର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୧୨ଶହ କୋଟି ଏବଂ ସାମାଜିକ ସୁରକ୍ଷା ପାଇଁ ପ୍ରାୟ ୨ଶହ କୋଟି ଟଙ୍କା ଉଠାଇଥିଲେ। ଏଥିପାଇଁ ଆଇନରେ ବ୍ୟବସ୍ଥା ନ ଥିବାରୁ ଅଧ୍ୟାଦେଶ ବଳରେ ରାଜ୍ୟ ସରକାର ଏହି ଅର୍ଥ ଖର୍ଚ୍ଚ କରିଥିଲେ। ଅଧ୍ୟାଦେଶ ସମୟସୀମା ଶେଷ ହୋଇଯାଇଥିବାରୁ ଆପାତକାଳୀନ ପାଣ୍ଠିରୁ ଉକ୍ତ ଅର୍ଥ ଭରଣା କରାଯାଇଛି। ଏହାକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ବିବାଦକୁ ନେଇ ସର୍ବଦଳୀୟ ବୈଠକ, ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଗତ ୧୬ ତାରିଖରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏ ନେଇ...

୨ ବୁଥ୍‌ରେ ହିଂସା, ମତଦାନ ବନ୍ଦ

ଜଗତ୍‌ସିଂହପୁର ଅଫିସ, ୧୯ା୨: ଜଗତ୍‌ସିଂହପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ହିଂସା ପୋଲିସ ଓ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ନିର୍ବାଚନ...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା: ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବିହାର ଓ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, କୋରାପୁଟ,...

CORONAVIRUS UPDATE: ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି।...

ପୋଡ଼ପଡ଼ାରେ ପୁଣି ହାତୀ ମୃତ୍ୟୁ: ମାସକର ଛୁଆକୁ ଦଳି ମାରିଦେଲେ ହାତୀପଲ

ଓଡ଼ାପଡ଼ା,୬।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ପୋଡ଼ପଡ଼ା ଗ୍ରାମ ନିକଟସ୍ଥ ବେଣୁଗୁଡ଼ା ପୋଲ ନିକଟରେ ଗୁରୁବାର ଏକ ଛୁଆହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ମାସକର...

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨...

ଉତ୍ତମ ସ୍ବାସ୍ଥ୍ୟସେବା ଆମର ଲକ୍ଷ୍ୟ: ନବୀନ

ପୁରୀ ଅଫିସ/ବ୍ରହ୍ମିଗିରି(ଡି.ଏନ୍‌.ଏ),୮।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ବୀମା ସ୍ମାଟ...

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି...

Advertisement
Archives

Model This Week