ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ତାଡ଼ି ଦାନ ଅର୍ଥ ନେଇଯାଇଥିବା ଜଣାପଡ଼ିଛି। ଖବରପାଇ ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ଓ ଏସ୍‌ଡିପିଓ ସତ୍ୟପ୍ରକାଶ ଭୂୟାଁ ସଦଳବଳ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ ଜାରି ରଖିଥିଲେ ହେଁ ଅପରାଧୀଙ୍କ ଟେର୍‌ ମିଳିପାରିନାହିଁ। ଏ ନେଇ ଆଇଆଇସି କୁହନ୍ତି, ସୋମବାର ଭୋର ସମୟରେ ସେ ଫାଣ୍ଡି ପରିଦର୍ଶନରେ ଆସିଥିଲାବେଳେ କର୍ମଚାରୀମାନେ ଶୋଇପଡ଼ିଥିବା ଦେଖିବାକୁ ପାଇଥିଲେ। ତେବେ ଦାନ ବାକ୍ସଟିକୁ ମାସକରେ ଥରେ ଖୋଲାଯାଉଥିବାରୁ ସେଭଳି ଅଧିକ ଅର୍ଥ ନ ଥିବା ମନ୍ଦିର କମିଟି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି। ହେଲେ ସମ୍ମୁଖରେ ଫାଣ୍ଡି ଥାଇ ସୁଦ୍ଧା ପ୍ରତିବର୍ଷ ମନ୍ଦିରର ଦାନବାକ୍ସ ଚୋରି ହେବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତହସିଲଦାର। ତେବେ ଦାନବାକ୍ସ ଅର୍ଥର ହିସାବ ଆକଳନ କରାଯାଇ ପାରି ନ ଥିବାବେଳେ ପାଣ୍ଡି ସମ୍ମୁଖରୁ ଚୋରି ଘଟଣା ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଛି। ଏନେଇ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri