ମନ୍ଦିର ପରିଚାଳନାରେ ଅବ୍ୟବସ୍ଥା:ପାଣିଟାଙ୍କିରେ ମଲାକାଉ

ଆରଡ଼ି, ୨୨।୬ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣି ମନ୍ଦିର ପରିଚାଳନାରେ ତ୍ରୁଟି ଘଟିଛି। ମନ୍ଦିର ରୋଷେଇ ଘର ଛାତ ଉପରେ ଥିବା ଏକ ପାଣିଟାଙ୍କିରେ ମଲାକାଉ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଥିଲା। ଏହାକୁ ନେଇ ସେବାୟତ ଓ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦୀର୍ଘଦିନ ପରେ ମନ୍ଦିର କର୍ମଚାରୀମାନେ ରୋଷେଇ ଘର ଓ କାର୍ଯ୍ୟାଳୟ ଛାତ ଉପରେ ଥିବା ପାଣିଟାଙ୍କି ସଫା କରୁଥିଲେ। ଏକ ପାଣିଟାଙ୍କିରେ ମଲାକାଉ ଦେଖି ସେମାନେ ଏହାକୁ କୌଶଳରେ ଫିଙ୍ଗି ଦେବାକୁ ଉଦ୍ୟମ କରୁଥିବା ବେଳେ କେତେକ ସେବାୟତଙ୍କ ନଜରକୁ ଆସିଥିଲା ବୋଲି ସୂଚନା ମିଳିଛି।
ଉଲ୍ଲେଖନୀୟ ଯେ, ମଲାକାଉ ପଡ଼ିଥିବା ପାଣିଟାଙ୍କିରୁ ଜଳ ନେଇ ପ୍ରତିଦିନ ସେବାୟତମାନେ ରୋଷେଇ କାର୍ଯ୍ୟ ସମାପନ କରିଥାନ୍ତି। ଏଥିସହିତ ସର୍ବସାଧାରଣ ମଧ୍ୟ ଏହି ଟାଙ୍କିର ଜଳ ବ୍ୟବହାର କରନ୍ତି। ହେଲେ ଦାୟିତ୍ୱହୀନ ଭାବେ ମନ୍ଦିର ପରିଚାଳକ ଓ କର୍ମଚାରୀ ପାଣିଟାଙ୍କିର ଢାଙ୍କୁଣି ଅଛି କି ନାହିଁ, ତାହାର ତଦାରଖ ନ କରିବାରୁ ମନ୍ଦିର ପରିଚାଳନା ତ୍ରୁଟି ନେଇ ଅଙ୍ଗୁଳି ନିର୍ଦ୍ଦେଶ କରୁଥିବା ସେବାୟତମାନେ ଅଭିଯୋଗ କରିଛନ୍ତି। ଏଥିନେଇ ସେମାନେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଏ ସମ୍ପର୍କରେ ଯୁବ ସେବାୟତ ମାନସ କୁମାର ପାଢ଼ୀ ପାଣିଟାଙ୍କିରେ ମଲାକାଉ ଭାସିବା ଏବଂ ଏହି ପାଣିକୁ ବିଭିନ୍ନ କାର୍ଯ୍ୟରେ ବ୍ୟବହାର କରାଯିବା ଅତ୍ୟନ୍ତ ନିନ୍ଦନୀୟ କଥା ବୋଲି କହିଛନ୍ତି। ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇଙ୍କୁ ପଚାରିବାରୁ କହିଛନ୍ତି, ଫନୀ ବାତ୍ୟାରେ ପାଣିଟାଙ୍କିରୁ ଢାଙ୍କୁଣି ଉଡ଼ି ଯାଇଥିଲା। ପରେ ଏହାର ବ୍ୟବସ୍ଥା କରାଯାଇଥିଲା। ହେଲେ ପୁଣି କେବେ ଏହି ଢାଙ୍କୁଣି ଉଡ଼ିଯାଇଛି ତାହା ଜଣାନାହିଁ। ପରବର୍ତ୍ତୀ ସମୟରେ ଏଭଳି ତ୍ରୁଟି ଆଉ ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri