ମନ୍ଦିର ପରିସରରେ ଚିକେନ କରି ଖାଇବା ପଡ଼ିଲା ମହଙ୍ଗା: ୩ ପୂଜକ କୋର୍ଟ ଚାଲାଣ

ତାଳଚେର,୩୦।୩(ନି.ପ୍ର.): ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩ ଜଣ ପୂଜକଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଳଚେର ଥାନାରେ କେସ୍‌ ନଂ୧୧୭/୨୦ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ତାଳଚେର ବଡ଼ଦାଣ୍ଡସାହିର ମଙ୍ଗୁଳୁ ମହାପାତ୍ର, ସନ୍ତୋଷ ମହାପାତ୍ର, ଲେଙ୍କ ମହାପାତ୍ର। ଗତ ୨୮ ତାରିଖରେ ଏହି ୩ ପୂଜକ ମନ୍ଦିର ପରିସରରେ ଚିକେନ୍‌ ରୋଷେଇ କରୁଥିଲେ। କେତେକ ଯୁବକ ଏହା ଦେଖିବା ପରେ ଏହାର ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଛାଡ଼ିଥିଲେ। ଯାହାକୁ ନେଇ ଅଞ୍ଚଳବାସୀ, ଭକ୍ତ, ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପୋଲିସ ଅଭିଯୋଗ ପାଇବା ପରେ ଏକ ମକଦ୍ଦମା ରୁଜୁ କରିଥିଲା ତେବେ ସୋମବାର ଏହି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri