Posted inଜାତୀୟ

‘ମନ୍‌ କି ବାତ୍‌’ରୁ ମିଳିଲା ପ୍ରେରଣା: ଗାଁକୁ ସ୍ମାର୍ଟ ରୂପ ଦେଲେ ଗ୍ରାମବାସୀ

ଚଣ୍ଡିଗଡ଼,୨୨।୭: ସରକାର ଦେଶର ବିଭିନ୍ନ ସହରକୁ ସ୍ମାର୍ଟ ରୂପ ଦେବା ପାଇଁ ଯୋଜନା କରିଛନ୍ତି। ତେବେ ପଞ୍ଜାବର ମୋଗା ଜିଲାର ରଣସିଂ କଲା ଗାଁକୁ ଏଭଳି ରୂପ ଦେବାକୁ ଗ୍ରାମବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଏହିକାର୍ଯ୍ୟକ୍ରମ ଯୋଗୁ ସେମାନଙ୍କୁ ପ୍ରେରଣା ମିଳିଛି। ଗ୍ରାମବାସୀ ୮୦ ପ୍ରତିଶତ ପାଣ୍ଠି ଯୋଗାଡ଼ କରି ଅବଶିଷ୍ଟ ୨୦ପ୍ରତିଶତ ସରକାରୀ ଅନୁଦାନ ଦ୍ୱାରା ଗାଁକୁ ସ୍ମାର୍ଟ କରିପାରିଛନ୍ତି। ଫଳରେ ଗାଁରେ ଏବେ ଆଉ ନାଳ ନର୍ଦ୍ଦମା ପାଣି ରାସ୍ତାରେ ଜମା ହୋଇ ରହୁନାହିଁ। ସେହିପରି ଗାଁର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୋକ ସୁବିଧା ରହିଛି। ଏହା ସହିତ ସମସ୍ତ ରାସ୍ତାଗୁଡ଼ିକ ପକ୍କା କରାଯାଇଛି। ଏଠାରେ ୫ କୋଟି ଟଙ୍କା ଖର୍ଚ୍ଚ କରି ଏକ ସ୍ବିରେଜ୍‌ ଟ୍ରିଟ୍‌ମେଣ୍ଟ୍‌ ପ୍ଲାଣ୍ଟ ସ୍ଥାପନ କରାଯାଇଛି। ଏଠାରେ ଦୈନିକ ୪ ଲକ୍ଷ ଲିଟର ଦୂଷିତ ଜଳକୁ ବ୍ୟବହାର ଉପଯୋଗୀ କରାଯାଇ ପାରୁଛି। ସେହିପରି ଗାଁରେ ୪ ଏକର ପରିମିତ ଅଞ୍ଚଳରେ ଥିବା ଏକ ପୋଖରୀକୁ ଗ୍ରାମବାସୀଙ୍କ ଉଦ୍ୟମରେ ସଫା କରାଯାଇଛି। ପରିବେଶ ସୁରକ୍ଷା ପାଇଁ ଇତିମଧ୍ୟରେ ଗାଁ ସାରା ୩ ହଜାରରୁ ଅଧିକ ବୃକ୍ଷଚାରା ମଧ୍ୟ ରୋପଣ କରାଯାଇଥିବା ସରପଞ୍ଚ ପ୍ରୀତ୍‌ ଇନ୍ଦର ପାଲ୍‌ ମିଣ୍ଟୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri