ମନ ଛୁଇଁଲା ନୃତ୍ୟ, କମେଡି

ପାଲଲହଡ଼ା, ୮ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ର ଶନିବାର ଥିଲା ତୃତୀୟ ସନ୍ଧ୍ୟା। ଆୟୋଜିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ମୀନକେତନ ଅମାନ୍ତ, ସମ୍ମାନିତ ଅତିଥି ଭାବେ ପାଲଲହଡ଼ା ତହସିଲଦାର ସ୍ବାଗତ ଦାସ, ପାଲଲହଡ଼ା ବିଡିଓ ରବିନାରାୟଣ ମାଝି ଯୋଗ ଦେଇଥିଲେ। ପାଲଲହଡ଼ା ବିଧାୟକ ତଥା ମହୋତ୍ସବ କମିଟିର ଅଧ୍ୟକ୍ଷ ମୁକେଶ କୁମାର ପାଲ ସଭାପତିତ୍ୱ କରି ପାଲଲହଡ଼ା ଗଡଜାତର ଗୌରବମୟ ଐତିହ୍ୟ ସହ ଲୋକକଳା ଏବଂ ପରମ୍ପରାକୁ ବଞ୍ଚାଇ ରଖିବା ଏହି ମହୋତ୍ସବର ଉଦ୍ଦେଶ୍ୟ ବୋଲି କହିଥିଲେ। ଉପଜିଲାପାଳ ଅଜିତ କୁମାର ପ୍ରଧାନ ଧନ୍ୟବାଦ ଦେଇଥିଲେ। ପରେ ମହୋତ୍ସବ କମିଟି ତରଫରୁ ନିମନ୍ତ୍ରିତ ଅତିଥିମାନଙ୍କୁ ସ୍ମୃତି ଚିହ୍ନ ଦେଇ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ରାବଣ ଛାୟା, ଭାରତ ନାଟ୍ୟମ ଏବଂ ଆଧୁନିକ ନୃତ୍ୟଗୀତରେ ମଞ୍ଚ ଦୁଲୁକି ଉଠିଥିଲା। ରାଉରକେଲାରୁ ଆସିଥିବା କଳାକାରଙ୍କ ଭାରତ ନାଟ୍ୟମ ଦର୍ଶକଙ୍କୁ ମୁଗ୍ଧ କରିଥିଲା I ଶେଷରେ ଓଲିଉଡ଼ ହାସ୍ୟ ଅଭିନେତା ପପୁ ପମପମ ଏବଂ ଜେମ୍ସଙ୍କ ଅଭିନୟକୁ ଲୋକେ ମନଭରି ଉପଭୋଗ କରିଥିଲେ। ସନ୍ଧ୍ୟାରୁ ବର୍ଷା ହୋଇଥିଲେ ମଧ୍ୟ ଜନସମାଗମ ହୋଇଥିଲା। ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ରବିବାର ପାଇକ ଆଖଡା, ଦହଲା ନୃତ୍ୟ, ପଇଁରୀ ନୃତ୍ୟ, ପଶ୍ଚିମ ଓଡିଶା କଳାକାରମାନଙ୍କ ଦ୍ୱାରା ସମ୍ବଲପୁରୀ ନୃତ୍ୟ ଏବଂ ଓଲିଉଡ଼ ଗାୟକ ଶଶାଙ୍କ ଶେଖର ଓ ହାସ୍ୟ ଅଭିନେତା ଟୁକୁନଙ୍କ ଅଭିନୟ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର...

ଅନୁଗୋଳରେ ବିଗୁଡୁଛି ଆଇନଶୃଙ୍ଖଳା ସ୍ଥିତି

ଅନୁଗୋଳ, ୧୩।୩ (ଅମିତ କୁମାର ସାମଲ): ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri