ମନ ଜିଣିଲା ସଖୀନାଚ, ମୋହିନୀୟତ୍ୟମ୍‌ ନୃତ୍ୟ

ବ୍ରହ୍ମପୁର ଅଫିସ,୧୭ା୬-ପ୍ରସନ୍ନାକ୍ଷୀ ନୃତ୍ୟ ଅନୁଷ୍ଠାନ ପକ୍ଷରୁ ‘ପଞ୍ଚମବେଦ’ ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଦେଶକ ନୁର ରାଜାଙ୍କ ପୌରୋହିତ୍ୟରେ ହିଲ୍‌ପାଟଣାସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ କନିଷି ତହସିଲଦାର ଅନୀତା କୁମାରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଞ୍ଜାମ କଳା ଓ ସଂସ୍କୃତିର ପରାକାଷ୍ଠା ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କର୍ପୋରେଟର ଆର. ମୁରଲୀ ମୋହନ, ସୁଦୀପ ସାହୁ ମଞ୍ଚାସୀନ ଥିଲେ। ସନ୍ଧ୍ୟାରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ କର୍ପୋରେଟର ସଙ୍ଘମିତ୍ରା ଦଳାଇ, ପୂର୍ବତନ ସଂସ୍କୃତି ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ଚକ୍ଷୁ ବିଶେଷଜ୍ଞ ରାଜେନ୍ଦ୍ର କୁମାର ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ା ଏଥିରେ ପାରଳାଖେମୁଣ୍ଡି, ଦିଗପହଣ୍ଡି, ରାଉରକେଲା, ବଲାଙ୍ଗୀର, ଭୁବନେଶ୍ୱର ସମେତ ପଶ୍ଚିମବଙ୍ଗ, ବିଶାଖାପାଟଣା, ଇନ୍ଦୋର, ଚେନ୍ନାଇ, ସୁରଟରୁ ବହୁ ସୁନାମଧନ୍ୟ ନୃତ୍ୟ ଶିଳ୍ପୀ ଭାଗ ନେଇଥିଲେ। କୋଲକାତାର ଶିଳ୍ପୀ ସୁପ୍ରିୟା ସର୍ଦାର ଚାଟାର୍ଜୀ, ବିଶ୍ୱଜିତ ଚକ୍ରବର୍ତ୍ତୀ, ସୁବାଶିଷ ଆଚାର୍ଯ୍ୟଙ୍କ ଓଡିଶୀ ନୃତ୍ୟ ଦର୍ଶକଙ୍କୁ ମୁଗ୍ଧ କରିଥିଲା।
କ୍ରିଷ୍ଣାନାରାୟଣ ଦାଶଙ୍କ ଗୋଟିପୁଅ, ସଞ୍ଚାରୀ ରଏ ଭାରତନାଟ୍ୟମ୍‌, ଆଶିଷ ପିଲାଇଙ୍କ କଥକ, ଦିଗପହଣ୍ଡି ଇମେଜିଂ ଆର୍ଟସ ଏକାଡେମୀର କୁନି ଶିଶୁଙ୍କ ଓଡିଶୀ ନୃତ୍ୟ ଓ ବିଚିତ୍ର ବଣ୍ଣାଳୀ ନାଟ୍ୟ ସଂସଦ କଳାକାରଙ୍କ ଦ୍ୱାରା ପରିବେଷିତ ସଖୀନାଚ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ସାଜିଥିଲା। ଏହାବ୍ୟତୀତ ଓଡିଶୀ ସଙ୍ଗୀତ ପରିଷଦ ପକ୍ଷରୁ ପରିବେଷିତ ଓଡିଶୀ ନୃତ୍ୟ ଓ ଓଡିଶୀ ସଙ୍ଗୀତ ଗୁରୁ ସନ୍ତୋଷ କୁମାର ବେହେରାଙ୍କ ଓଡିଶୀ ସଙ୍ଗୀତ ଦର୍ଶକଙ୍କୁ ବିଭୋର କରିଥିଲା। ପୂର୍ବରୁ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଆନ୍ତଃବିଦ୍ୟାଳୟ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।
ଏହି ଅବସରରେ ଚେନ୍ନାଇର ମୋହିନୀୟତ୍ୟମ ନୃତ୍ୟ ଗୁରୁ ଡ. ସମ୍ପ୍ରିଥ କେଶବନ, କୋଲକାତା ଭାରତନାଟ୍ୟମ ଗୁରୁ ଦେବଯାନୀ ବସୁ, ଭୁବନେଶ୍ୱର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡିଶୀ ନୃତ୍ୟ ପୂର୍ବତନ ବିଭାଗୀୟ ମୁଖ୍ୟ ଡ. ସ୍ନେହପ୍ରଭା ସାମନ୍ତରୟ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ସଙ୍ଗୀତ ଗୁରୁ ଉମେଶ ଚନ୍ଦ୍ର ଦାଶ, ବିଦ୍ୟାବାଣୀ ତଥା ମର୍ଦ୍ଦଳ ନିର୍ଦ୍ଦେଶକ ଗୁରୁ ଧନେଶ୍ୱର ସ୍ବାଇଁ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ସଙ୍ଗୀତ ଗୁରୁ ନିମାକାନ୍ତ ରାଉତରାୟଙ୍କୁ ଅନୁଷ୍ଠାନ ପକ୍ଷରୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅଜିତ କୁମାର ରାଜୁ, ଆଭା ପାଣିଗ୍ରାହୀ, ରାଜେଶ୍ୱରୀ ବେହେରା, ମିଲନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଗୀତାଞ୍ଜଳି ପଣ୍ଡା ଧନ୍ୟବାଦ ଦେଇଥିଲେ।
ଦିଲ୍ଲୀପ ରାଓ, ରାହୁଲ ପଣ୍ଡା ଓ ଅଞ୍ଜଳି ବେହେରାଙ୍କ ସମେତ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?