ମନ ଶାନ୍ତ ରଖିଲେ ସଂଗ୍ରାମକୁ ଜୟ କରିହେବ: ବାଗ୍‌ଚୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦେଇ ସାରା ଦେଶ ଏବେ ଲକ୍‌ଡାଉନରେ ରହିଛି। ୨୧ ଦିନିଆ ତାଲାବନ୍ଦ ଗତ ୨୪ ତାରିଖ ମଧ୍ୟରାତ୍ରିରୁ ଜାରି ରହିଛି। ଆଉ ଓଡ଼ିଶାରେ ମଧ୍ୟ କରୋନାକୁ ହରାଇବା ପାଇଁ ଲୋକେ ସଚେତନ ହେଉଛନ୍ତି। ହେଲେ ଲକଡାଉନ୍‌ ସମୟରେ ଘରେ ରହିବା ସମୟରେ କ’ଣ କରିବେ ଓ କ’ଣ ନ କରିବେ ସେନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗଚୀ ପରାମର୍ଶ ଦେଇଛନ୍ତି। ବୁଧବାର ରାଜ୍ୟରେ କରୋନା ସ୍ଥିତିକୁ ନେଇ ସୂଚନା ଦେଉଥିବାବେଳେ ବାଗଚୀ କହିଛନ୍ତି, କରୋନା ମୁକାବିଲା ଏକ ଲମ୍ବା ଦୌଡ଼। କରୋନା ଲଢ଼େଇ ଆଜିକାଲି ଭିତରେ ସମାପ୍ତ ହେବନି। ତେଣୁ ମନକୁ ଶାନ୍ତ ରଖି ଧୈର୍ଯ୍ୟ ରଖ। ମନକୁ ଶାନ୍ତ ରଖିଲେ ସଂଗ୍ରାମକୁ ଜୟ କରିହେବ ବୋଲି କହିଛନ୍ତି। ଆହୁରି ମଧ୍ୟ ସେ ପରାମର୍ଶ ଦେଇ କହିଛନ୍ତି, ନିଜକୁ ଓ ନିଜ ପ୍ରିୟଜନଙ୍କୁ ଦେଖି ମନକୁ ସାନ୍ତ୍ୱନା ଦିଅନ୍ତୁ। ଘର ଭିତରେ ଅଟକ ଅବସ୍ଥାରେ ଶାରୀରିକ ପରିଶ୍ରମ କରନ୍ତୁ। କାରଣ ଶାରୀରିକ ପରିଶ୍ରମ ନ କଲେ ଆପଣଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ଏକାଠି ଖିଆପିଆ କରନ୍ତୁ। ସାଙ୍ଗ ହୋଇ ସମୟ ବିତାନ୍ତୁ। ଅଳ୍ପ ଖାଆନ୍ତୁ ଏବଂ ସାରା ଦେଶବାସୀ କଥା ଚିନ୍ତା କରନ୍ତୁ। ମା’, ଭଉଣୀ, ସ୍ତ୍ରୀଙ୍କୁ କାମରେ ସାହାଯ୍ୟ କରିବା ପାଇଁ ମଧ୍ୟ ବାଗ୍‌ଚୀ ପରାମର୍ଶ ଦେଇଛନ୍ତି। କେବଳ ଏତିକି ନୁହେଁ, ବୟସ୍କ, ଭିନ୍ନକ୍ଷମ ସଦସ୍ୟଙ୍କ ଆଦର ଯତ୍ନ କରନ୍ତୁ। ଶେଷରେ ଶାରିରୀକ ଦୂରତ୍ୱ ରଖିବା, କିନ୍ତୁ ମାନସିକ ମିଳନ ବଜାୟ ରଖିବା ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri