Posted inଜାତୀୟ

ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍‌: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି

ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ ସୃଷ୍ଟି ହୋଇଥିବା ଗଣ୍ଡଗୋଳକୁ ନେଇ ପଶ୍ଚିମବଙ୍ଗରୁ ଦିଲ୍ଲୀ ଯାଏ ରାଜନୀତି ତୀବ୍ର ହୋଇଛି। ଗଣ୍ଡଗୋଳକୁ ନେଇ ବିଜେପି ଓ ଟିଏମସି ପରସ୍ପରକୁ କାଦୁଅ ଫିଙ୍ଗିବା ଆରମ୍ଭ କରିଛନ୍ତି। ଏସବୁ ଭିତରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ଗସ୍ତରେ ଯାଇ ଦୁଇଟି ରାଲିକୁ ସମ୍ବୋଧିତ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି ମୋଦି। ବୁଧବାର ପୁଣି ପଶ୍ଚିମବଙ୍ଗରେ ମୋର ରାଲି ଅଛି। ଦେଖାଯାଉ ଦିଦି(ମମତା ବାନାର୍ଜି)ମୋ ରାଲି କରାଇ ଦେଉଛନ୍ତି କି ନାହିଁ ବୋଲି ମୋଦି କହିଛନ୍ତି। ଭାଜପା ରାଲିକୁ ଅଟକାଇ ରାଜ୍ୟରେ ଯେଉଁ ଅରାଜକତା ସୃଷ୍ଟି କରାଯାଉଛି ତାହା ବେଶୀ ଦିନ ଚାଲିବ ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏହି ହିଂସାକାଣ୍ଡ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପାକୁ ଦାୟୀ କରିଥିବା ବେଳେ ଭାଜପା ପାଲଟା ଅଭିଯୋଗ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ

ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri