Posted inଜାତୀୟ

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟପାଳ କେଶରୀ ନାଥ ତ୍ରିପାଠୀଙ୍କ ଅଭିଭାଷଣ ଉପରେ ଚର୍ଚ୍ଚାବେଳେ ମମତା ଭାଜପାକୁ ରାଜ୍ୟରୁ ହଟାଇବା ପାଇଁ କଂଗ୍ରେସ, ସିପିଏମ୍‌ ଆଗେଇ ଆସିବା ଉଚିତ ବୋଲି କହିଥିଲେ। ପରେ କଂଗ୍ରେସ ନେତା ଅବଦୁଲ୍‌ ମନାନ ପ୍ରତିକ୍ରିୟା ଦେଇ କହିଥିଲେ, ଭାଜପାକୁ ରାଜ୍ୟରୁ କେମିତି ହଟାଯିବ ତାହା ମମତାଙ୍କଠାରୁ ଶିଖିବା କୌଣସି ଆବଶ୍ୟକତା ନାହିଁ। ତାଙ୍କ ନୀତି ଯୋଗୁ ଭାଜପା ପଶ୍ଚିମବଙ୍ଗରେ ମଜଭୁତ ହୋଇଛି ବୋଲି ସେ କହିଛନ୍ତି। ସେହିପରି ସିପିଏମ୍‌ ବିଧାୟକ ସୁଜନ ଚକ୍ରବର୍ତ୍ତୀ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇ କହିଛନ୍ତି, ମମତାଙ୍କୁ ସିପିଏମ୍‌ କେବେ ସହଯୋଗ କରିବ ନାହିଁ। ସେପଟେ ମମତା ଏଭଳି ଅପିଲ୍‌ କରିବା ତାଙ୍କ ଭିତରେ ଥିବା ଭୟକୁ ଦର୍ଶାଉଛି ବୋଲି ରାଜ୍ୟ ଭାଜପା ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri