ମରାମତି ହେଉନି ଦୁର୍ବଳ ନଦୀବନ୍ଧ

ରସୁଲପୁର, ୨୪।୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ବାମପାର୍ଶ୍ୱ ବନ୍ଧ ରାସ୍ତା ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରୁ ବ୍ରହ୍ମବରଦା ପୋଲ ପର୍ଯ୍ୟନ୍ତ ଖାଲଖମାରେ ଭର୍ତ୍ତି ହୋଇଛି। ବନ୍ଧର ବିଭିନ୍ନ ସ୍ଥାନରେ ରେନକଟ୍‌ ଯୋଗୁ ଲୋକେ ବିପଦପୂର୍ଣ୍ଣ ଭାବେ ଯା’ଆସ କରୁଥିବା ବେଳେ ଅନେକ ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି। ବର୍ଷାଦିନ ଆରମ୍ଭ ହୋଇଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ବନ୍ଧରେ ଘାଇ ହେବା ଆଶଙ୍କା ରହିଥିବାରୁ ନଦୀକୂଳ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ଲୋକପ୍ରତିନିଧିଙ୍କ ନିକଟରେ ଅଭିଯୋଗ ପରେ ବି କିଛି ସୁଫଳ ମିଳୁନି। ତେବେ ନଦୀରେ ବନ୍ୟା ପାଣି ଆସିବା ମାତ୍ରେ ଆଖାପାଖର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀ ପ୍ରଭାବିତ ହେବେ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଜାରକା ଜଳସେଚନ ଡିଭିଜନ୍‌ ଅଧୀନ ବରୀ ଉପଖଣ୍ଡ ଓ ରୁଦ୍ରପୁର ସେକ୍ସନ ଅଧୀନ ଗୋପାଳପୁର-ବ୍ରହ୍ମବରଦା ପର୍ଯ୍ୟନ୍ତ ପ୍ରାୟ ୧୦ କ.ମି. ଲମ୍ବ ନଦୀ ବନ୍ଧ ପାର୍ଶ୍ୱରେ ପ୍ରଥମାଖଣ୍ଡି, ରାଜେନ୍ଦ୍ରପୁର, ଅତଲାପୁର, ସାମନ୍ତରାପୁର, ମଙ୍ଗରାଜପୁର, ବାରବାଟୀ ଓ ଅର୍ଥଗାଁ ଆଦି ପଞ୍ଚାୟତ ରହିଛି। ଉକ୍ତ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଆଇନ ଭାବେ ଘାଟ କରାଯାଇ ଦିନକୁ ଶହଶହ ଟ୍ରକ୍‌, ଟ୍ରାକ୍ଟରରେ ବାଲି ପରିବହନ କରାଯାଉଛି। ବର୍ଷା ଯୋଗୁ ନଦୀ ବନ୍ଧ ନରମ ଥିବାରୁ ମାଟି ଦବି ଯାଇ ନାଳି ସୃଷ୍ଟି ହୋଇଛି। ସେହି ନାଳିଗୁଡିକ ଯୋଗୁ ବନ୍ଧ ଦୁର୍ବଳ ହୋଇଯାଉଛି। ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକୁ ମରାମତି କରାଯାଉ ନ ଥିବା ବେଳେ ବନ୍ଧ ସୁଦୃଢ଼ୀକରଣ କରିବା ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି। ଏ ନେଇ ବରୀ ଜଳସେଚନ ଉପଖଣ୍ଡ ଅଧିକାରୀ ସୁବାସ ତ୍ରିପାଠୀ କହନ୍ତି, ବନ୍ଧରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସେ ଅବଗତ ଅଛନ୍ତି। ପ୍ରତ୍ୟେକ ଦୁର୍ବଳ ସ୍ଥାନର ଫଟୋ ଉଠାଯାଇ ଉପରିସ୍ଥ ଅଧିକାରଙ୍କ ନିକଟକୁ ରିପୋର୍ଟ ପ୍ରଦାନ କରାଯାଇଛି। ଅନୁମତି ଆସିବା ପରେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri