ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା ତରଫରୁ ତହସିଲ ଅଫିସ ଘେରାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ୧୨ଦଫା ଦାବିପତ୍ର ପ୍ରଦାନ କରାଯାଇଛି ।

ବୋଡେନ ବ୍ଲକ ପାତାଳ ଗଙ୍ଗା ମଣ୍ଡଳ ସଭାପତି ନୀଳାମ୍ବର ମେହେରଙ୍କ ନେତୃତ୍ୱରେ ଶତାଧିକ ଭାଜପା କକର୍ମକର୍ତ୍ତାମାନେ ସ୍ଥାନୀୟ ବସଷ୍ଟାଣ୍ଡ ନିକଟରୁ ଏକ ରାଲିରେ ବାହାରିଥିଲେ। ବୋଡେନ ବସ୍ତି ପରିକ୍ରମା କରି ସରକାରଙ୍କ କୃଷୀ ଏବଂ କୃଷକ ମାରଣାନୀତି ଉପରେ ବିଭିନ୍ନ ସ୍ଲୋଗାନମାନେ ଦେଇଥିଲେ। ଶେଷରେ ବୋଡେନ ତହସିଲ ଗେଟ ସମ୍ମୁଖରେ ଠୁଳ ହୋଇ ଦୀର୍ଘ ସମୟ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଶେଷରେ ସ୍ଥାନୀୟ ତହସିଲଦାର ପୂର୍ଣ୍ଣଚନ୍ଦ୍ର ଭୋଇଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ । ଏଥିରେ ବୋଡେନ ସମେତ ସମଗ୍ର ନୂଆପଡା ଜିଲାକୁ ମରୁଡି ଘୋଷଣା କରିବା, ଗତ ୨୦୧୭-୧୮ବର୍ଷର କୃଷୀ ବୀମା, ୨୦୧୮ର ମରୁଡି ସହାୟତା, ଜଳ ସେଚନର ସୁବିଧା, ପ୍ରଧାନମନ୍ତ୍ରୀ ସମ୍ମାନିଧି ଯୋଜନାରେ ସାମିଲ କରିବା ଆଦି ୧୨ ଦଫା ଦାବି କରାଯାଇଛି । ଏହାକୁ ତୁରନ୍ତ ପୂରଣ କରାଯିବାକୁ ଦାବି କରାଯାଇଥିଲା । ଏହି ଆନ୍ଦୋଳନରେ ଜିଲା ସଭାପତି ଶିବ ପ୍ରସାଦ ମୁଣ୍ଡ, ଅନନ୍ତରାମ ଚିନ୍ଦା, ଜିଲା ସାଧାରଣ ସମ୍ପାଦକ ସୁବ୍ରତ ଠାକୁର, ଅତିନ୍ଦ୍ର ଜିତ ସିଂ ମଲ୍ଲିକ, କିର୍ତନ ବାଗ, ମନିଜର ଆର୍ଯ୍ୟ, ବିଜୟ କୁମାର ବେହେରା, ଅମର ମାଝି, ଅଜୟ ଦାସ, ମୂରଲୀ ହଂସ, ରାଧା ପଟେଲ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri