ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୬ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଭୁବନେଶ୍ବରରୁ ଏକ ଘରୋଇ ବସ (ଓଆର-୦୫-ଏଚ-୬୩୯୮) ଝାରସୁଗୁଡା ଥର୍ମାଲ ଅଭିମୁଖେ ଯାଉଥିଲା। ତେବେ ଛତିଶଗଡର ରାୟପୁରରୁ ଦୁଇଟି ପରିବାର ନେଇ (ସିଜି- ୦୪-ଏଚକେ- ୦୧୮୩) ବୋଲେରୋ ପୁରୀ ଅଭିମୁଖେ ଆସୁଥିଲା। କତଡା ଅଞ୍ଚଳରେ ଦୁଇ ଗାଡି ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣାରେ ୩ ଜଣ ମହିଳା ମୃତ୍ୟୁ ହୋଇଛି। ସେହିପରି ଦୁର୍ଘଟଣାରେ ଡ୍ରାଇଭର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ସୂଚନା ପ୍ରଦାନ କରାଯାଇଛି। ମୃତକମାନେ ଛତିଶଗଡର ବୋଲି ଜଣାପଡିଛି। ତେବେ ଦୁର୍ଘଟଣାସ୍ଥଳରୁ ବସ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ବୋଲେରୋ ଗାଡିରେ ଯାତ୍ରା କରୁଥିବା ୧୦ଜଣଙ୍କ ମଧ୍ୟରୁ ୪ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଖବର ପାଇ ଜରପଡା ଥାନା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ସ୍ଥାନୀୟ ଗ୍ରାମବାସୀମାନେ ପହଞ୍ଚି ଗୁରୁତର ଆହତ ୫ ଜଣଙ୍କୁ ବୋଲେରୋରୁ ଉଦ୍ଧାର କରିବା ସହିତ ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଜିଲା ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri