ମଲାରପଦାରେ କାଳବୈଶାଖୀ: ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା

ପାଟଣା,୨୪ା୪(ସ୍ବ.ପ୍ର.) : କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମଲାରପଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗୁରୁବାର ବର୍ଷା ପବନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଫଳରେ ଏହି ପଞ୍ଚାୟତ ବାଲିପଶି ଓ ମୟୁରପଙ୍ଖା ଗ୍ରାମରେ ୪୦ରୁ ଉଦ୍ଧର୍‌ବ ଲୋକଙ୍କ ଘରର ଆଜବେଷ୍ଟସ୍‌ ଭାଙ୍ଗିବା ସହ ଶତାଧିକ ଘରର ଟାଇଲ ଉଡ଼ିଯାଇଛି।

ଅନୁରୂପ ଭାବେ ବନମାଳୀପୁର ଗ୍ରାମର ହାରାମଣୀ ନାଏକଙ୍କ ପରିବାର ଲୋକେ ଘରଭିତରେ ଥିବା ବେଳେ ଏକ ଆମ୍ବଗଛ ଡାଳ ଘର ଉପରେ ପଡ଼ିଯିବାରୁ ଟାଇଲ ଛପର ଘର ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ତେବେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଗ୍ରାମର ଅଧିକାରୀ ନାଏକଙ୍କ ଆଜବେଷ୍ଟସ୍‌ ଘରର ଛପର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। କାଳ ବୈଶାଖୀ ପ୍ରଭାବରେ ବାଇକଳା ଓ ଲୁଙ୍ଗା ଗ୍ରାମରେ କୁଆପଥର ମାଡ଼ରେ ଅନେକ ଚାଷୀଙ୍କ ପନିପରିବା ଚାଷ ଉଜୁଡିଯାଇଛି। ଖବର ପାଇ ପ୍ରଭାବିତଙ୍କ ନିକଟରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ସାହାରପଡ଼ା ତହସିଲଦାର ଲମ୍ବୋଦର ଖୁଣ୍ଟିଆ ପହଞ୍ଚି କ୍ଷୟକ୍ଷତି ଆକଳନ କରିବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ ଖୁବ୍‌ଶୀଘ୍ର ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ସାହାରପଡ଼ା ତହସିଲଦାର ଲମ୍ବୋଦର ଖୁଣ୍ଟିଆଙ୍କୁ ପଚାରିବାରୁ ୩ଟି ଗ୍ରାମର ଶତାଧିକ ଘର ପ୍ରଭାବିତ ହୋଇଛି। ରାଜସ୍ବ ନିରୀକ୍ଷକ ଆକଳନ କଲାପରେ ସଠିକ୍‌ କ୍ଷୟକ୍ଷତି ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri