ମସ୍ତିଷ୍ମ ଜ୍ୱରରେ ଛାତ୍ରୀଙ୍କ ମୃତ୍ୟୁ ସନ୍ଦେହ

ଝରିଗାଁ,୨୩।୮(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରମରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀ ଶକୁନ୍ତଳା ମାଝି(୧୬) ଗୁରୁବାର ମସ୍ତିଷ୍କ ଜ୍ୱରରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାପ୍ତ ଖବରରୁ ପ୍ରକାଶ ଯେ, ଗୋରାମ୍ବା ଗ୍ରାମର ଲଳିତ ମାଝିଙ୍କ ଝିଅ ଶକୁନ୍ତଳା କରମରୀ ଗ୍ରାମରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀବାସରେ ରହି ଦଶମ ଶ୍ରେଣୀରେ ପାଠ ପଢୁଥିଲେ। ଗୁରୁବାର ସନ୍ଧ୍ୟାରେ ଶକୁନ୍ତଳା ଛାତ୍ରୀ ନିବାସରେ ସାଙ୍ଗମାନଙ୍କ ସହ ମିଶି ପାଠ ପଢୁଥିବା ବେଳେ ହଠାତ୍‌ ତାଙ୍କର ମୁଣ୍ଡ ବ୍ୟଥା ହୋଇଥିଲା। ଏହାପରେ ରାତି ପ୍ରାୟ ୧୦ଟା ସମୟରେ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡାକ୍ତର ତାଙ୍କୁ ଆଶୁ ଚିକିତ୍ସା କରିବା ପରେ ନବରଙ୍ଗପୁର ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଥିଲା। ସେଠାରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶୁକ୍ରବାର ସେହି ବିଦ୍ୟାଳୟ ଛାତ୍ରାବାସରେ ରହୁଥିବା ପ୍ରଥମ ଶ୍ରେଣୀର ଛାତ୍ର କାର୍ତ୍ତିିକ ଗଣ୍ଡ(୬) ଏବଂ ଛାତ୍ରୀବାସରେ ରହି ଅଷ୍ଟମ ଶ୍ରେଣୀରେ ପଢୁଥିବା ଛାତ୍ରୀ ରଶ୍ମିତା ଗଣ୍ଡ(୧୩)ଙ୍କୁ ଜ୍ୱର ସହ ମୁଣ୍ଡ ବଥା ହେଉଥିବା ବେଳେ ଦୁହିଁଙ୍କୁ ସ୍ଥାନୀୟ ମେଡିକାଲରେ ରକ୍ତ ନମୁନା ସଂଗ୍ରହ କରାଯାଇ ଚିକିତ୍ସା କରାଯାଇଛି। ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସୁରେଶ ଚନ୍ଦ୍ର ନାଏକ, ଡବ୍ଲୁଇଓ ପ୍ରଫୁଲ୍ଲ ସେଠୀ କରମରୀ କସ୍ତୁରବା ଗାନ୍ଧୀ ବିଦ୍ୟାଳୟକୁ ଯାଇ ସ୍ଥିତି ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri