Posted inଖେଳ

ମହାତ୍ମା ଗାନ୍ଧୀଙ୍କ ବାଣୀ ଶୁଣାଇ ଆଲୋଚକଙ୍କୁ କଡା ଜବାବ ଦେଲେ ଓ୍ବାର୍ଣ୍ଣରଙ୍କ ସ୍ତ୍ରୀ

ଆଡିଲେଡ୍‌,୩।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ସ୍ତ୍ରୀ କ୍ୟାଣ୍ଡିଡ ଓ୍ବାର୍ଣ୍ଣର କାନ୍ଦିପକାଇଛନ୍ତି। ଏହାସହ ମହତ୍ମା ଗାନ୍ଧୀଙ୍କ ବାଣୀ ଶୁଣାଇ ଆଲୋଚକଙ୍କୁ କଡା ଜବାବ କ୍ୟାଣ୍ଡିଡ୍‌। ସେ କହିଛନ୍ତି, ଶକ୍ତି ଶାରୀରିକ କ୍ଷମତାରୁ ଆସି ନ ଥାଏ, ଅଦମ୍ୟ ଇଚ୍ଛା ଶକ୍ତିରୁ ଆସିଥାଏ। ଏହା ମହାତ୍ମା ଗାନ୍ଧୀ କହିଥିଲେ ବୋଲି ସେ କହିଛନ୍ତି। ଏହାସହ ସେ ଆହୁରି ମଧ୍ୟ କହିଛନ୍ତି, ଲୋକମାନେ ତୁମକୁ ନେଇ କ’ଣ ଭାବୁଛନ୍ତି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ, ତୁମେ ନିଜକୁ କେତେ ବିଶ୍ୱାସ କରୁଛନ୍ତି ତାହା ଗୁରୁତ୍ୱପୂର୍ଣ୍ଣ। ଓ୍ବାର୍ଣ୍ଣର ଏଭଳି ସଫଳତା ଦେଖିବାପରେ ନିଜ କୋହ ସମ୍ବରଣ କରିପାରି ନ ଥିଲି ବୋଲି ସେ କହିଛନ୍ତି। ବଲ ବିକୃତ କରିବା ଘଟଣାରେ ୧୨ ମାସ ନିଲମ୍ବିତ ହେବା ପରେ ଇଂଲଣ୍ଡ ବିପକ୍ଷ ଆସେସ ସିରିଜକୁ ୱାର୍ଣ୍ଣର କମବ୍ୟାକ କରିଥିଲେ। ହେଲେ ଏହି ସିରିଜରେ ତାଙ୍କ ବ୍ୟାଟ ଆଦୌ ଚାଲି ନ ଥିଲା। ତେବେ ପାକିସ୍ତାନ ବିପକ୍ଷ ଟେଷ୍ଟରେ ସେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପ୍ରଥମ ଟେଷ୍ଟରେ ଶତକ ହାସଲ କରିଥିବା ୱାର୍ଣ୍ଣର ଦ୍ୱିତୀୟ ଟେଷ୍ଟରେ ଟ୍ରିପଲ ଟନ ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri