ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି। ତେବେ ଚତୁର୍ଥ ମଠ ଭାବେ ମଙ୍ଗୁ ମଠର ପାଳି ପଡିଛି। ପୂର୍ବରୁ ଲଙ୍ଗୁଳି, ଏମାର ଏବଂ ବଡ଼ ଆଖଡା ମଠ ଉଚ୍ଛେଦ କରାଯାଇଥିବା ବେଳେ ଗତ ମଙ୍ଗଳବାର ପ୍ରଶାସନ ପକ୍ଷରୁ ମଙ୍ଗୁ ମଠ ମାପଚୁପ କରାଯାଇଛି। ତେବେ ମଠ ଭଙ୍ଗାଯିବାକୁ ନେଇ ଦୋ ଛକିରେ ପଡିଛନ୍ତି ମହନ୍ତ। ଗୋଟିଏ ପଟେ ପ୍ରଶାସନର ଚାପ ଏବଂ ଅନ୍ୟପଟେ ମଠରୁ ଫାଇଦା ପାଉଥିବା ଲୋକଙ୍କ ଚାପକୁ ନେଇ ସେ ଚିନ୍ତିତ ହୋଇପଡିଛନ୍ତି। ଏମିତି କି ମହନ୍ତଙ୍କୁ ଗତ ସୋମବାର ରାତିରେ ଧମକ ଚମକ ଦିଆଯାଇଥିବା ମଧ୍ୟ ଚର୍ଚ୍ଚା ହୋଇଥିଲା। କିନ୍ତୁ ଏ ନେଇ ମହନ୍ତ ମୁହଁ ଖୋଲୁ ନ ଥିବାବେଳେ ଗୁରୁବାର ରାତିରୁ ମଠକୁ ପୋଲିସ ଜଗିଛି। ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ରଞ୍ଜନ କୁମାର ମଲ୍ଲିକ କହିଛନ୍ତି, ମହନ୍ତଙ୍କୁ କେହି ଧମକ ଚମକ ଦେଇଥିବା ମୌଖିକ ଭାବେ ପୋଲିସ ପାଖରେ ଅଭିଯୋଗ ପହଞ୍ଚତ୍ଥିଲା। ଏ ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ କରାଯାଇ ନାହିଁ। ଉଚ୍ଛେଦକୁ ନେଇ ବର୍ତ୍ତମାନ ଭିନ୍ନ ପ୍ରକାର ସ୍ଥିତି ରହିଥିବାରୁ ପୋଲିସ ପକ୍ଷରୁ ସତର୍କତା ପଦକ୍ଷେପ ସ୍ବରୂପ ମଙ୍ଗୁ ମଠକୁ ଜଗାଯାଉଛି। ତେବେ ସିଂହଦ୍ୱାର ସମ୍ମୁଖରେ ଥିବା ମଙ୍ଗୁ ମଠ ୭୫ ମିଟର ମଧ୍ୟରେ ରହିଛି। ଏହାକୁ ଭାଙ୍ଗିବା ଲାଗି ପ୍ରଶାସନ ପକ୍ଷରୁ ମାପଚୁପ କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ମଠକୁ କୌଣସି ନୋଟିସ୍‌ ହୋଇ ନ ଥିବା ମହନ୍ତ ସୂଚନା ଦେଇଛନ୍ତି।
ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ଅଭିଯାନ କିଛିଦିନ ହେବ ସ୍ଥଗିତ ରହିଛି। କ୍ଷତିଗ୍ରସ୍ତଙ୍କୁ ଥଇଥାନ ଲାଗି ପ୍ରଶାସନ ଏବେ ଜମି ଖୋଜିବାରେ ବ୍ୟସ୍ତ। ଇତିମଧ୍ୟରେ ପୁରୀ ସହର ଏବଂ ଉପକଣ୍ଠ ବିଭିନ୍ନ ସ୍ଥାନରେ ଏକାଧିକ ଜମି ଦେଖାଯାଇଛି। କେଉଁଠି ସରକାରୀ, ଶ୍ରୀମନ୍ଦିର ଜମି ରହିଛି ତାହାକୁ ଖୋଜା ଯାଉଛି। ଏପରି କି ବ୍ୟକ୍ତିଗତ ଜମି ମଧ୍ୟ ପ୍ରଶାସନ ଦେଖୁଛି। କ୍ଷତିଗ୍ରସ୍ତଙ୍କ ଲାଗି ଯେଉଁ ଜମି ସୁବିଧା ହେବ ସେଠାରେ ପ୍ରଶାସନ ଆପାର୍ଟମଣ୍ଟ କରିବ। ଏଥିସହ ଯେଉଁମାନେ ଚାହିଁବେ ସୋମନଙ୍କୁ ଜମି ଯୋଗାଇ ଦିଆଯିବାର ମଧ୍ୟ ବ୍ୟବସ୍ଥା ରହିଛି। ତେବେ ଜମି ଖୋଜିବାରେ ବ୍ୟସ୍ତ ଯୋଗୁ ଉଚ୍ଛେଦ କାର୍ଯ୍ୟ ସାମୟିକ ଭାବେ ବନ୍ଦ ରହିଥିବା ଜଣେ ପ୍ରଶାସନିକ ଅଧିକାରୀ କହିଛନ୍ତି। ପର୍ଯ୍ୟାୟକ୍ରମେ ଉଚ୍ଛେଦ କାର୍ଯ୍ୟ ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri