ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି କରାଯାଇଛି। ଅକ୍ଟୋବର ୨ରେ ଭୁବନେଶ୍ୱରଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ବୈଠକରେ ଯୋଗଦେଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।
ବିଭାଗ ତରଫରୁ ପ୍ରଥମ ପର୍ଯ୍ୟାୟରେ ମହାତ୍ମା ଗାନ୍ଧୀଙ୍କ ୬ଟି ପୂର୍ଣ୍ଣାବୟବ ତୈଳଚିତ୍ର ରବୀନ୍ଦ୍ର ମଣ୍ଡପ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ, ନେତାଜୀ ସୁଭାଷଚନ୍ଦ୍ର ବୋଷ ସଂଗ୍ରହାଳୟ ଓ ସ୍ବରାଜ ଆଶ୍ରମରେ ସ୍ଥାପନ କରାଯାଉଛି। ଗାନ୍ଧୀ ଜୟନ୍ତୀ ଦିନ ଭୋର ୪ଟା ୩୦ରେ ସହର ସାରା ରାମଧୂନ୍‌ ପ୍ରଚାର କରାଯିବ। ପ୍ରାୟ ୪୦୦ ସଂକୀର୍ତ୍ତନ କଳାକାର ଦୁଇ ଭାଗରେ ବିଭକ୍ତ ହୋଇ ପଦଯାତ୍ରାରେ ‘ରଘୁପତି ରାଘବ ରାଜା ରାମ’(ରାମଧୂନ୍‌) ଭଜନ ପରିବେଷଣ କରିବେ। ସକାଳ ୭ଟା ରୁ ୮ଟା ମଧ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆଚାର୍ଯ୍ୟ ବିହାରଠାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପର୍ଯ୍ୟନ୍ତ ଏକ ମାନବ ଶୃଙ୍ଖଳ ସୃଷ୍ଟି କରିବେ। ସକାଳ ୯ଟାରେ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଶିଳ୍ପୀ ଶିବିର ଆୟୋଜନ କରାଯିବ। ସକାଳ ୧୦ଟା ୧୦ମିନିଟ୍‌ରେ ରାଜ୍ୟ ବିଧାନସଭା ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ସାଙ୍ଗକୁ ଆଶ୍ରମ ଭଜନ ଆବୃତ୍ତି, ରାମଧୂନ୍‌ ଓ ଗାନ୍ଧୀ ଜୟନ୍ତୀ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ସହ ଜନପ୍ରତିନିଧିମାନେ ଯୋଗଦେବେ। ପୂର୍ବାହ୍ନ ୧୧ଟାରେ ସୂଚନା ଭବନରେ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ ସହ ‘ଗାନ୍ଧୀକଥା’ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୂଚନା ଓ ଲୋକସଂପର୍କ ବିଭାଗ ଶାସନ ସଚିବ ସଂଜୟ କୁମାର ସିଂ ଏବଂ ଗାନ୍ଧୀବାଦୀ ବିଦ୍ୱାନ ସତ୍ୟନାରାୟଣ ସାହୁ ଯୋଗଦେବେ। ଅପରାହ୍ନ ୩ଟାରେ ଗୀତଗୋବିନ୍ଦ ସଦନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉର୍ଦ୍ଦୁ ଏକାଡେମୀ ଆନୁକୂଲ୍ୟରେ କବିତା ଆସର ଓ ମୁଶୟାରା ଆୟୋଜିତ ହେବ। ସନ୍ଧ୍ୟା ସାଢ଼େ ୬ଟାରେ ସୂଚନା ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri