Posted inଜାତୀୟ

ମହାଦେବଙ୍କ ରୂପରେ ନଜର ଆସିଲେ ତେଜପ୍ରତାପ

ପାଟନା,୨୩।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବଙ୍କୁ ନିଆରା ରୂପରେ ଦେଖିବାକୁ ମିଳିଛି। ଶ୍ରାବଣ ମାସର ପ୍ରଥମ ସୋମବାରରେ ସେ ଶିବଙ୍କ ଭକ୍ତିରେ ଲୀନ ହୋଇ ମହାଦେବଙ୍କ ରୂପ ଧାରଣ କରିଥିଲେ। ଶିବଙ୍କ ପରି ବାଘ ଛାଲ ଭଳି କପଡ଼ା ଓ ଗେରୁଆ ପୋଷାକ ପିନ୍ଧିଥିବା ଦେଖିବାକୁ ମିଳିଛି। ତାଙ୍କର ଏହି ବେଶଭୂଷା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଅପରପକ୍ଷରେ ମନ୍ଦିରରେ ତେଜ ପ୍ରତାପ ରୂଦ୍ରାଭିଷେକ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିଥିଲେ। ଏହି ସମୟର ଦୃଶ୍ୟକୁ ସେ ଇନ୍‌ଷ୍ଟାଗ୍ରାମରେ ଶେୟାର କରଛନ୍ତି। ତାଙ୍କର ଏହି ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ବର୍ଷ ମଧ୍ୟ ତେଜପ୍ରତାପଙ୍କୁ ଏଭଳି କିଛି ରୂପରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri